୧୮ରୁ ପ୍ରବଳ ବର୍ଷା

RAIN IN ODISHA

୧୮ରୁ ପ୍ରବଳ ବର୍ଷା

।। ପ୍ରଭାନ୍ୟୁଜ୍‌ ।। ଭୁବନେଶ୍ୱର, ୧୬ା୧୦ : ଆସନ୍ତା ୧୮ରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ  । ତିନି ଦିନ ଧରି ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି  । ଶୁକ୍ରବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବ  । ସେହିପରି ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନାଗିରି, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି  । ଅପରପକ୍ଷରେ ରବିବାର ଦିନ କୋରାପୁଟ, ମାଲକାନାଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ସେହିସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  ।