ଆଜି ଏହି ଜିଲ୍ଲାରେ ଛେଚୁଛି ବର୍ଷା

RAIN IN ODISHA

ଆଜି ଏହି ଜିଲ୍ଲାରେ ଛେଚୁଛି ବର୍ଷା

ଆଜି ସକାଳୁ ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ଯାଜପୁର, ବାଲେଶ୍ୱର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଥିବାରୁ ରେଡ଼ ୱାର୍ଣ୍ଣିଂ ଜାରିହୋଇଛି  । ସେହିପରି ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ନୟାଗଡ଼ ଓ ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼ ଓ କନ୍ଧମାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  । ୨୫ରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ପ୍ରଳବ ବର୍ଷା ହେବାର ଥିବାରୁ ରେଡ଼ ୱାର୍ଣ୍ଣିଂ ଜାରିହୋଇଛି  । ତେବେ ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ, କଟକ ଓ ଜଗତସିଂହପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଖୋର୍ଦ୍ଧା, ଝାରସୁଗୁଡ଼ା ଓ ପୁରୀକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  । ସେହିପରି ଅକ୍ଟୋବର ୨୬ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି  ।