୫ରେ ଲଘୁଚାପ, ୮ ଯାଏଁ କାଚିବ
RAIN IN ODISHA
ଭୁବନେଶ୍ୱର : ପଶ୍ଚିମକେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିହେବ । ଆସନ୍ତା ୫ରେ ଲଘୁଚାପ ସୃଷ୍ଟିହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଯାହାର ପ୍ରଭାବରେ ସାରା ଓଡ଼ିଶାରେ ୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ଥିବାରୁ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ର କେତେକ ସ୍ଥାନରେ ଘୂର୍ଣ୍ଣିଝଡ଼ ହୋଇଛି । ସେହିପରି ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବାନେଇ ପୂର୍ବାନୁମାନ କରାଯାଇଛି ।