ଭୁବନେଶ୍ୱର ଓ କଟକରେ ପ୍ରବଳ କାଚିବ

Rain

ଭୁବନେଶ୍ୱର ଓ କଟକରେ ପ୍ରବଳ କାଚିବ

ଭୁବନେଶ୍ୱର : ଆଜି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ହେବ  । ପାଣିପାଗ ବିଭାଗ ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଇଛି  । ଆଇଏମଡ଼ି ଅନୁଯାୟୀ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର ଓ ଢେଙ୍କାନାଳରେ ବର୍ଷା ଛେଚିବ  । ସେଥିପାଇଁ ଏହିସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରିହୋଇଛି  । ଅପରପକ୍ଷରେ କେନ୍ଦ୍ରାପଡ଼ା, ଗଞ୍ଜାମ, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ନୟାଗଡ଼ରେ ବି ଭଲ ବର୍ଷା ହେବ  । ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି  । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଜୁନ୍‌ ୧ରୁ ସେପ୍ଟେମ୍ବର ୨୫ ମଧ୍ୟରେ ମାଲକାନାଗିରିରେ ସର୍ବାଧିକ ବର୍ଷା ହୋଇଛି  । ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ରେକଡର଼୍ କରାଯାଇଛି  । ଅପରପକ୍ଷରେ ସୁନ୍ଦରଗଡ଼, ମୟୂରଭଞ୍ଜ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ସ୍ୱାଭାବିକ ବର୍ଷା ହୋଇଛି  ।