ଚାଷୀଙ୍କୁ ମୁଖ୍ୟମନ୍ତ୍ରୀ ଦେବେ ଟଙ୍କା, କେଉଁ ଚାଷୀଙ୍କୁ କେତେ ?
Relief flood mohan majhi
କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କୁ ଫସଲ/ଉଦ୍ୟାନ କୃଷି କ୍ଷୟକ୍ଷତିର ଭରଣା ନିମନ୍ତେ ଅଣଜଳସେଚିତ ଅଞ୍ଚଳ ପାଇଁ ହେକ୍ଟର ପିଛା ୮,୫୦୦ ଟଙ୍କା, ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୭ ହଜାର ଟଙ୍କା ଓ ସମସ୍ତ ପ୍ରକାର ବାରମାସୀ ଫସଲ ପାଇଁ ହେକ୍ଟର ପିଛା ୨୨,୫୦୦ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ । ଏହି ସହାୟତା ସର୍ବାଧିକ ୨ ହେକ୍ଟର ପାଇଁ ଯୋଗାଇ ଦିଆଯିବ ।
ସେହିଭଳି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ବାଲିଚର ସହାୟତା (ଯଦି ୩ ଇଞ୍ଚରୁ ଉଦ୍ଧ୍ୱର୍ ବାଲିଚର ହୋଇଥାଏ) ହେକ୍ଟର ପିଛା ୧୮ ହଜାର ଟଙ୍କା, ସର୍ବନିମ୍ନ ୨୨ ଶହ ଟଙ୍କା, ମାଛଚାଷ ପୋଖରୀର ମରାମତି ଓ ପଙ୍କ ଉଦ୍ଧାର ପାଇଁ ହେକ୍ଟର ପିଛା ୧୮ ହଜାର ଟଙ୍କା, ସର୍ବନିମ୍ନ ୨୨ ଶହ ଟଙ୍କା, ଯଦି ଚାଷ ଜମିର ଅନେକାଂଶ ଭୂସ୍ଖଳନ ଯୋଗୁଁ, ନଦୀର ଗତିପଥ ପରିବର୍ତ୍ତନ ଯୋଗୁଁ କ୍ଷୟ ହୋଇଥାଏ ତେବେ ହେକ୍ଟର ପିଛା ୪୭ ହଜାର ଟଙ୍କା ମିଳିବ । ଏଥିପାଇଁ ଚାଷୀ ପିଛା ସର୍ବନିମ୍ନ ୫ ହଜାର ଟଙ୍କା ଆର୍ଥିକ ସହାୟତା ଦିଆଯିବ ।
ମତ୍ସ୍ୟଜୀବିମାନଙ୍କ ଆଂଶିକ କ୍ଷତିଗ୍ରସ୍ତ ଡଙ୍ଗା ପାଇଁ ୬ ହଜାର ଟଙ୍କା, ଆଂଶିକ କ୍ଷତିଗ୍ରସ୍ତ ଜାଲ ପାଇଁ ୩ ହଜାର ଟଙ୍କା, ସଂପୂର୍ଣ୍ଣ ଭାଙ୍ଗି ଯାଇଥିବା ଡଙ୍ଗା ପାଇଁ ୧୫ ହଜାର ଟଙ୍କା, ସଂପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ଜାଲ ପାଇଁ ୪ ହଜାର ଟଙ୍କା ଓ ମତ୍ସ୍ୟ ଯାଆଁଳ ଚାଷର କ୍ଷତି ପାଇଁ ହେକ୍ଟର ପିଛା - ୧୦,୦୦୦ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ ।