ଦକ୍ଷତା ବିକାଶ କାର୍ଯ୍ୟକ୍ରମର ସମୀକ୍ଷା କଲେ ମନ୍ତ୍ରୀ

ଦକ୍ଷତା ବିକାଶ କାର୍ଯ୍ୟକ୍ରମର ସମୀକ୍ଷା କଲେ ମନ୍ତ୍ରୀ


ଭୁବନେଶ୍ୱର: ଦକ୍ଷତା ବିକାଶ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ୱାଇଁ  । ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ନିର୍ଦ୍ଦିଷ୍ଟ କେତେକ ଟ୍ରେନି ଛାତ୍ରଛାତ୍ରୀ ମଧ୍ୟରେ ସୀମିତ ନରଖି ଏହାକୁ ଶିଳ୍ପାନୁଷ୍ଠାନ, ମହାବିଦ୍ୟାଳୟ ଓ ମିଶନଶକ୍ତି ପରିସରଭୁକ୍ତ କରାଯିବା ଉପରେ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଗୁରୁତ୍ୱାରୋପ କରିଛନ୍ତି । ଦକ୍ଷତା ବିକାଶ କାର୍ଯ୍ୟକ୍ରମ ସମ୍ବନ୍ଧରେ ସମୀକ୍ଷା କରିବା ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱା୍ୱାଇଁ କହିଥିଲେ ବିଭିନ୍ନ ଶିଳ୍ପାନୁଷ୍ଠାନ ଓ କମ୍ପାନୀଗୁଡ଼ିକରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ଯୋଗଦାନ ପୂର୍ବରୁ ସେମାନଙ୍କୁ ସୁଦକ୍ଷ କରିବା ଆବଶ୍ୟକ । କମ୍ପାନୀ ଓ ଶିଳ୍ପାନୁଷ୍ଠାନ ବୁଝାମଣାପତ୍ରରେ ଓଡ଼ିଆ ଯୁବକ ଯୁବତୀଙ୍କୁ ସେମାନଙ୍କ ଅନୁଷ୍ଠାନଗୁଡ଼ିକରେ ନିଯୁକ୍ତି ସୁଯୋଗ ପାଇଁ ଚୁକ୍ତିବଦ୍ଧ ହେଉଥିବାବେଳେ ଯୋଗ୍ୟ ପ୍ରାର୍ଥୀମାନେ କୁଶଳୀ ହେବା ନିହାତି ଜରୁରୀ । ସେଥିପାଇଁ ସେହି ପ୍ରାର୍ଥୀମାନଙ୍କୁ ଦକ୍ଷତା ବିକାଶ ପ୍ରଶିକ୍ଷଣ ଦିଆଯିବା ଆବଶ୍ୟକ । ଯେଉଁ ଅଞ୍ଚଳରେ ଦକ୍ଷତା ବିକାଶ ଯେତେ ଉନ୍ନତ ସେ ଅଞ୍ଚଳର ଶିଳ୍ପାନୁଷ୍ଠାନ ଓ କମ୍ପାନୀଗୁଡ଼ିକ ସେତିକି ଦକ୍ଷ । ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ବ୍ୟାପକ କରି ଶିଳ୍ପାନୁଷ୍ଠାନ, ମହାବିଦ୍ୟାଳୟ ଓ ମିଶନ ଶକ୍ତି ସହ ଯୋଡ଼ିବା ଆବଶ୍ୟକ । ମିଶନଶକ୍ତି ଓ ଆପ୍ରେଣ୍ଟିସିପ୍ ସହ ଦକ୍ଷତା ବିକାଶ ଟ୍ରେନିଂକୁ ଯୋଡ଼ିବାର ଢେର ଆବଶ୍ୟକତା ଅଛି ବୋଲି ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଛନ୍ତି । ୭ ଗୋଟି ଦକ୍ଷତା ଉପରେ ସଚେତନତା ପାଇଁ ସରକାରଙ୍କ ବିଭିନ୍ନ ବିବରଣୀ, ରୋଲ ମଡେଲ୍ ଓ ଉଚ୍ଚଶିକ୍ଷା ସ୍କିମ୍ ଏହି କୌଶଳ ଅନ୍ ହୁଇଲ୍ରେ ଫୋକସ୍ ହେବ । ସମୀକ୍ଷା ବୈଠକରେ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀ ଉପସ୍ଥିତ ରହି ଏ ସମସ୍ତ ତଥ୍ୟ ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ।