ତାଳଚେର ଖଣି ଉପନିର୍ଦ୍ଦେଶକ ଗିରଫ

ତାଳଚେର ଖଣି ଉପନିର୍ଦ୍ଦେଶକ ଗିରଫ


ଭୁବନେଶ୍ୱର: ଗିରଫ ହୋଇଛନ୍ତି ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ ।  । ଗତକାଲି ଖଣି ଉପନିର୍ଦ୍ଦେଶକଙ୍କ ଘରୁ ପୁଳା ପୁଳା ଆୟ ବର୍ହିଭୂତ ସମ୍ପତ୍ତି ବାହାରିଥିବା ବେଳେ ଆଜି ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କୁ  ଗିରଫ କରିଛି ଭିଜିଲାନ୍ସ । ଭିଜିଲାନ୍ସ ଶ୍ରୀ ନାୟକଙ୍କ ଘରୁ ୪ ଲକ୍ଷରୁ ଅଧିକ ଟଙ୍କା ଓ ଡିଡିଏମ୍‌ଙ୍କ ମୋବାଇଲ୍‌ ଫୋନ୍‌ ଜବତ କରିଛି । ଖଣି ଉପନିର୍ଦ୍ଦେଶକଙ୍କ ଅମାପ ସମ୍ପତ୍ତି ଦେଖି ତାଜୁବ ହୋଇ ଯାଇଛନ୍ତି ଭିଜିଲାନ୍ସ ଅଧିକାରୀ । ତାଙ୍କର ୧ କୋଟି ୩୦ ଲକ୍ଷର ଏକ ଫ୍ଲାଟ ଥିବା ବେଳେ ୧୧ଟି ପ୍ଲଟ ରହିଛି । ଏଥିସହ ବାବୁଙ୍କର ୨ଟି ମାର୍କେଟ କମ୍‌ପ୍ଲେକ୍ସ, ଭୁବନେଶ୍ୱରରେ ଗୋଟିଏ ଡୁପ୍ଲେକ୍ସ କୋଠା ଥିବା ବେଳେ ୫୩ ଲକ୍ଷର ବ୍ୟାଙ୍କ ଜମା ଠାବ ହୋଇଛି । ଏହାବାଦ ତାଙ୍କ ଘରୁ ୯ ଲକ୍ଷ ୮୫ ହଜାର ଟଙ୍କା ଜବତ ହୋଇଛି । ଖଣି ଉପନିର୍ଦ୍ଦେଶକ ଧରଣୀଧର ବାଲିଆ ମାଫିଆ ଓ ପଥର ମାଫିଆଙ୍କୁ ଅନୁକମ୍ପା ଦେଖାଇ ତାଙ୍କ ନିକଟରୁ ମୋଟା ଅଙ୍କର ଟଙ୍କା ନେଉଥିବା ତାଙ୍କ ନାଁରେ ଅଭିଯୋଗ ହୋଇଥିଲା । ଏହି ଚ?ାଉରେ ୧୦ ଜଣ ଭିଜିଲାନ୍ସ ଡିଏସପି, ୧୬ ଇନସପେକ୍ଟର, ୭ଜଣ ଏଏସଆଇ ରେଡରେ ସାମିଲ ହୋଇଛନ୍ତି । ଗତକାଲି ଭୋରରୁ ଧରଣୀଧରଙ୍କ ତାଳଚେର ଅଫିସ, ସରକାରୀ ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର, ଭୁବନେଶ୍ୱର ପଟିଆରେ ଥିବା ଘର, ସିଂକୁଳବାହାଲରେ ଥିବା ମାର୍କେଟ କଂପ୍ଲେକ୍ସ ଓ କେନ୍ଦୁଝର ପଣ୍ଡାପଡା ଥାନା ପୁରମୁଣ୍ଡାରେ ଥିବା ଶ୍ୱଶୁର ଘର ସମେତ ୮ଟି ସ୍ଥାନରେ ଚଢାଉ କରାଯାଇଥିଲା ।