ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦ ଛାଡ଼ିଲେ ଅସିତ୍
WODC

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଅସିତ କୁମାର ତ୍ରିପାଠୀ ଇସ୍ତଫା ଦେଇଛନ୍ତି । ତାଙ୍କ ଇସ୍ତଫାକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି ବୋଲି ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ପୂର୍ବତନ ମୁଖ୍ୟ ଶାସନ ସଚିବ ଶ୍ରୀ ତ୍ରିପାଠୀ ୨୦୨୦ରେ ଡବ୍ଲୁଓଡ଼ିସିର ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଥିଲେ । ବିଜେଡ଼ି ସରକାର ଅମଳରେ ସେ ବେଶ୍ କ୍ଷମତାଶାଳୀ ଥିଲେ । ଏପରିକି ତାଙ୍କୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଉପଦେଷ୍ଟା ଭାବେ ଅତିରିକ୍ତ ଦାୟିତ୍ୱ ବି ମିଳିଥିଲା । ଖାଲି ସେତିକିନୁହେଁ ବଲାଙ୍ଗୀରରୁ ସେ ସାଂସଦ ପ୍ରାର୍ଥୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହୋଇ ଆସୁଥିଲା ।