ପୁଣି ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ୍ ରେଳ ଷ୍ଟେସନ୍ ନିକଟ ମୋ ବସ୍ ଡିପୋରେ ଦୁର୍ଘଟଣା
ଭୁବନେଶ୍ୱର ରେଳ ଷ୍ଟେସନ ନିକଟ ବସ୍ଷ୍ଟାଣ୍ଡରେ ମାଡ଼ିଗଲା ମୋ ବସ । ଜଣେ ଗୁରୁତର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି। ପୁରୀର ରଞ୍ଜିତ ବେହେରା ଟ୍ରେନରେ ଭୁବନେଶ୍ବର ଆସିଥିଲେ। ଷ୍ଟେସନରେ ପହଁଚିବା ପରେ ଖରା ହେଉଥିବାରୁ ଠିଆ ହେଇଥିଲେ। କିନ୍ତୁ ହଠାତ ମୋ ବସ୍ ଡ୍ରାଇଭର କିଛି ନଦେଖି ଆଗକୁ ମାଡି ଆସିଥିଲେ। ଫଳରେ ଗୋଡ଼ରେ ପ୍ରବଳ ଆଘାତ ଲାଗିଛି। ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୁର୍ବ ସୁଚନା ଅନୁଯାୟୀ ବିଳମ୍ବିତ ରାତ୍ରିରେ ମୋ ବସ୍ ଦୁର୍ଘଟଣା ଏବେ ରାଜଧାନୀ ବାସୀଙ୍କୁ ଆତଙ୍କିତ କରିଛି ।
ଭୁବନେଶ୍ବର ପାତ୍ରପଡା ନିର୍ମାଣଧିନ ଫୁଟ ଓଭର୍ ବ୍ରିଜ ନିକଟରେ ଘଟିଥିଲା ଏହି ଭୟଙ୍କର ଦୁର୍ଘଟଣା । ରାସ୍ତା କଡରେ ଅପେକ୍ଷାରତ ଲୋକଙ୍କ ଉପରକୁ ମୋ ବସ୍ ଚଢିଯିବାରୁ ଘଟଣାସ୍ଥଳରେ ଜଣେ ଶିକ୍ଷୟତ୍ରୀଙ୍କ ମୃତ୍ୟୁ ହୋଇଥିଲା । ଫଳରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ଦେଖିବାକୁ ମିଳଥିଲା । ଦୁର୍ଘଟଣା ଘଟିବା ପରେ ମୋ ବସଟି ଶିକ୍ଷୟତ୍ରୀଙ୍କୁ ୧୦୦ ମିଟର ପର୍ଯ୍ୟନ୍ତ ଘୋଷାଡ଼ି ନେଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ସେପଟେ ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖିବାକୁ ମିଳିଥିଲା । ସ୍ଥାନୀୟ ଲୋକେ ଡ୍ରାଇଭରକୁ ମାରପିଟ କରିବା ସହ ମୋ ବସକୁ ଭଙ୍ଗାରୁଜା କରିଥିବା ବେଳେ ପୁଲିସ ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥଲା । ଦୁର୍ଘଟଣାରେ ଅନ୍ୟ ୩ ଜଣ ଆହତ ହୋଇଥିବା ଜଣାପଡ଼ିଥିଲା । ସେହିପରି ନଭେମ୍ୱର ୨ ତାରିଖରେ ମଧ୍ୟ୍ୟ ସମାନ ଗଟଣା ରାଜଧାନୀରେ ଦେଖିବାକୁ ମିଳିଥିଲା ଭୁବନେଶ୍ବର ଚନ୍ଦ୍ରଶେଖରପୁର ପେଟ୍ରୋଲ ପମ୍ପ ନିକଟରେ ଯୁବତୀ ଜଣଙ୍କ ସ୍କୁଟିରେ ଯାଉଥିଲେ। ଏହି ସମୟରେ ତାଙ୍କ ପଛରେ ଆସୁଥିବା ବାଇକ୍ ଆରୋହୀଙ୍କୁ ‘ମୋ ବସ୍ ’ ଧକ୍କା ଦେଇଥିଲା । ବାଇକ୍ ଆରୋହୀ ଜଣଙ୍କ ଭାରସାମ୍ୟ ହରାଇ ଯୁବତୀଙ୍କୁ ଧକ୍କା ଦେଇଥିଲା। ଯୁବତୀ ଜଣଙ୍କ ଛିଟିକି ତଳେ ପଡ଼ିଯାଇଥିଲେ। ପରେ ମୋ ବସ୍ ’ଯୁବତୀଙ୍କୁ ହାତ ଉପରେ ମାଡ଼ି ଯାଇଥିଲା । ପଳରେ ସେ ଯୁବତୀ ଜଣଙ୍କ ହାତ ହରାଇଥିଲେ ।