ସିଡିଏମ୍‌ଓଙ୍କ ଗାଡ଼ି ଧକ୍କାରେ ୨ ବାଇକ୍‌ ଆରୋହୀ ଗୁରୁତର

ସିଡିଏମ୍‌ଓଙ୍କ ଗାଡ଼ି ଧକ୍କାରେ ୨ ବାଇକ୍‌ ଆରୋହୀ ଗୁରୁତର

ଗଜପତି ଜିଲା ମୋହନା ଥାନା ଦିବ୍ୟାଙ୍ଗ ସ୍କୁଲ ନିକଟରେ ସୋମବାର ଏକ ଦୁର୍ଘଟଣା ଘଟିଛି। ସିଡିଏମ୍‌ଓଙ୍କ ଗାଡ଼ି ଧକ୍କାରେ ୨ ବାଇକ୍‌ ଆରୋହୀ ଗୁରୁତର ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।