ଏକ୍ସପ୍ରେସ୍କୁ ପିଟିଲା ମାଲବାହୀ ଟ୍ରେନ୍,୫ ମୃତ
ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ହୋଇଛି। ଏଠାରେ ଟ୍ରାକ୍ ଉପରେ ଠିଆ ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ୍କୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୫ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୨୫ ଜଣ ଆହତ ହୋଇଥିବା କୁହାଯାଉଛି।
ଜଳପାଇଗୁଡି ନିକଟରେ ଏହି ଦୁର୍ଘଟଣା ହୋଇଛି। କାଞ୍ଚନଜଙ୍ଗା ଏକ୍ସପ୍ରେସ କୋଲକାତାରୁ ସିଆଲଦା ଯାଉଥିଲା। ଏତିକି ବେଳେ ଦ୍ରୁତ ଗତିରେ ଆସି ମାଲବାହୀ ଗାଡି ଟ୍ରାକ୍ରେ ଠିଆ ହୋଇଥିବା ଏକ୍ସପ୍ରେସ୍ ଟ୍ରେନ୍କୁ ପଛପଟୁ ଧକ୍କା ଦେଇଛି। ଏଥିରେ ଦୁଇଟି ପାସେଞ୍ଜର ଓ ଗୋଟିଏ ପାର୍ସଲ ବଗି ଭୟଙ୍କର ରୂପେ କ୍ଷତିଗ୍ରସ୍ତ ହୋଇଛି। ଘଟଣାସ୍ଥଳରେ ସମସ୍ତ ସରକାରୀ ଓ ପ୍ରାଇଭେଟ୍ ହସ୍ପିଟାଲକୁ ଆଲର୍ଟ କରାଯାଇଛି। ଓଡ଼ିଆ ସ୍ପଷ୍ଟ ନୁ୍ୟଜ ସୂଚନା ମୁତାବକ, ମାଲବାହୀ ଟ୍ରେନ୍ଟି ସିଗନାଲ୍ ଅତିକ୍ରମ କରି କାଞ୍ଚନଜଙ୍ଗା ଟ୍ରେନର ପଛ ଭାଗ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଟ୍ରେନ୍ ଭିତରେ ଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଏନଡିଆରଏଫ, ଡିଭିଜନାଲ ଟିମ୍ ଏବଂ ୧୫ଟି ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାମ ଜାରି ରଖିଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ୍ସରେ ପୋଷ୍ଟ କରି ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି।