ବାସଭବନରେ ସମ୍ମାନିତ କଲେ ରାଷ୍ଟ୍ରପତି

ବାସଭବନରେ ସମ୍ମାନିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ଦେଶର ସର୍ବୋଚ୍ଚ ନଗରିକ ସମ୍ମାନ ଭାରତ ରତ୍ନରେ ସମ୍ମାନିତ ହେଲେ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ । ତାଙ୍କ ବାସଭବନରେ ପହଞ୍ଚô ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଛନ୍ତି । ଏହି ସମୟରେ ତାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଉପସ୍ଥିତ ଥିଲେ । ଆଡଭାନୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁ ରାଷ୍ଟ୍ରପତି ନିଜେ ତାଙ୍କ ଘରକୁ ଯାଇ ତାଙ୍କୁ ଭାରତ ରତ୍ନରେ ସମ୍ମାନିତ କରିଛନ୍ତି । ଫେବ୍ରୁଆରି ୩ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଭାରତ ରତ୍ନ ଦେବା ପାଇଁ ଘୋଷଣା କରିଥିଲେ ।