ଘଡ଼ଘଡ଼ି ସହ ଛେଚିବ ବର୍ଷା : ପାଣିପାଗ ବିଭାଗ ଜାରି କଲା ସତର୍କ ସୂଚନା
ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ଦୁଇଦିନ ଧରି ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୯ ଜିଲାକୁ ଅରେଞ୍ଜ ଆଲର୍ଟ କରାଯାଇଥିବାବେଳେ ୧୩ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।
୨୪ ତାରିଖରେ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ରହିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ାକୁ ସତର୍କ ସୂଚନା ଜାରି କରାଯାଇଥିବାବେଳେ ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡାକୁ ମଧ୍ୟ ସତର୍କ କରିଛି ପାଣିପାଗ ବିଭାଗ। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି।