ହଇଜାକୁ ନେଇ ସବୁ ଜିଲ୍ଲାକୁ ଆଲର୍ଟ

 ହଇଜା ପାଇଁ ସବୁ ଜିଲ୍ଲାକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ । ମୁଖ୍ୟ ଶାସନ ସଚିବଙ୍କ ସହ ବସିଥିବା ଗୁରୁତ୍ବପୂର୍ଣ୍ଣ ବୈଠକରେ ନିଆଯାଇଛି ନିଷ୍ପତ୍ତି । ହଇଜାରେ କେବଳ ୫ ନୁହେଁ, ସବୁ ଜିଲ୍ଲାକୁ ଆଲର୍ଟ ରହିବାକୁ କୁହାଯାଇଛି । ଏ ନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ସଚିବ । ଯେଉଁ ରୋଗୀ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି, ସେମାନଙ୍କୁ ୨୪ ଘଣ୍ଟିଆ ନିରୀକ୍ଷଣରେ ରଖିବାକୁ ଜିଲା ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବିଶୋଧନ ପ୍ରକିୟା ଜାରି ରହିବ , ଆଶାକର୍ମୀ ଓ ଅଙ୍ଗନବାଡି କର୍ମୀ ଗାଁ ଗାଁ ବୁଲି ଲୋକଙ୍କୁ ସଚେତନ କରାଇବେ । ଏହାସହ ପ୍ରତ୍ୟେକ ଦିନ ରାଜ୍ୟସ୍ତରୀୟ ସମୀକ୍ଷା ହେବ । ବିଭିନ୍ନ ଜିଲ୍ଲାରେ କେନ୍ଦ୍ରୀୟ ଟିମ ଗ୍ରାଉଣ୍ଡରେ ଅଛନ୍ତି । ଆସନ୍ତାକାଲି କେନ୍ଦ୍ରୀୟ ଟିମ୍ ସହିତ ସରକାର ଆଲୋଚନା କରିବେ ବୋଲି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ସଚିବ ।