ଆତଙ୍କୀ ଆକ୍ରମଣରେ୨୮ପ୍ରାଣ ଯାଇଛି : ମୃତକଙ୍କୁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଆତଙ୍କୀ ଆକ୍ରମଣରେ୨୮ପ୍ରାଣ ଯାଇଛି  : ମୃତକଙ୍କୁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

 କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ । ଶ୍ରୀନଗରରେ ୨୮ ଜଣ ମୃତକଙ୍କୁ ପୁଷ୍ପମାଲ୍ୟ ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ।  ଏହାସହ ମେଡିକାଲରେ ଆହତଙ୍କୁ ଭେଟିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ  ।  ଆହତଙ୍କ ପରିବାରକୁ ଭେଟି ଆଲୋଚନା କରିଛନ୍ତି ଶାହ । ଶାହଙ୍କ ସହ ଉପ ରାଜ୍ୟପାଳ ମନୋଜ ସିହ୍ନା ମଧ୍ୟ ଉପସ୍ଥିତ ଥିଲେ । ଜମ୍ମୁକାଶ୍ମୀରରେ ସ୍ଥିତି ବୁଝିବା ପରେ ଅପରାହ୍ଣରେ ଦିଲ୍ଲୀ ଫେରି ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କ୍ୟାବିନେଟ୍ ସୁରକ୍ଷା ପରିଷଦ ବୈଠକରେ ଯୋଗଦେବେ ।  ଏଥିସହ ଜମ୍ମୁ ପହଲଗାମ ଆତଙ୍କୀ ଆକ୍ରମଣରେ ୨୮ଜଣଙ୍କ ମୃତ୍ୟୁ ପରେ ଆକ୍ସନ ମୋଡ଼ରେ କେନ୍ଦ୍ର ସରକାର ।  ଦୁଇ ଦୁନିଆ ସାଉଦି ଆରବ ଗସ୍ତର ଅଧାରୁ ଭାରତ ଫେରିଛନ୍ତି ପ୍ରଧାନମନ୍ତ୍ରୀ । ଭାରତ ଫେରିବା ପରେ ତୁରନ୍ତ ବିମାନ ବନ୍ଦରରେ ବୈଠକ କରିଛନ୍ତି ମୋଦୀ ।  ସ୍ଥିତି ସମ୍ପର୍କର ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର, ବୈଦେଶିକ ସଚିବ ବିକ୍ରମ ମିସ୍ତ୍ରୀ ଓ ଏନ୍‌ଏସ୍‌ଏ ଅଜିତ ଡୋଭାଲ ।

ଆଗକୁ ସରକାର କିଛି କଠୋର ପଦକ୍ଷେପ ନେଇପାରନ୍ତି ବୋଲି ଅନୁମାନ କରାଯାଉଛି । ସେପଟେ ଜମ୍ମୁ ପହଲଗାମରେ ଆତଙ୍କୀ ହମଲା ପରେ ସୀମାରେ ହାଇଆଲର୍ଟ  । ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ ଚାଲିଥିବା ବେଳେ ସେନାର ଯବାନ ମାନେ ପଇଁତରା ମାରୁଛନ୍ତି । ଆତଙ୍କୀଙ୍କୁ ଖୋଜି ସଫା କରିବାକୁ ସନ୍ଦିଗ୍ଧ ଅଂଚଳରେ ଜୋରଦାର ଚାଲିଛି ସର୍ଚ୍ଚ ଅପରେସନ । ହେଲିକପ୍ଟର ଓ ଡ୍ରୋନ୍ ମାଧ୍ୟମରେ ଆତଙ୍କବାଦୀଙ୍କ ତଲାସି ଅଭିଯାନ ଜାରି ରହିଛି । ଗୃହମନ୍ତ୍ରୀ ଅମିତ ଶାହା ଶ୍ରୀନଗରରେ ଏଲଜି ମନୋଜ ସିହ୍ନା, ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ସହ ବିଭିନ୍ନ ସୁରକ୍ଷା ଏଜେନ୍ସିର ମୁଖ୍ୟ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନଙ୍କ ସହ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । ଆତଙ୍କୀ ଆକ୍ରମଣରେ ମୋଟ ୨୮ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବା ବେଳେ ଏମାନଙ୍କ ମଧ୍ୟରେ ଦୁଇ ଜଣ ବିଦେଶୀ ନାଗରିକ ଓ ୩ଜଣ ସ୍ଥାନୀୟ ନାଗରିକ ଏବଂ ଜଣେ ଆଇବି ଅଧିକାରୀ ରହିଛନ୍ତି   ।