ଘରେ ଲୁଚିକି ପଶୁଥିଲେ ଅର୍ଚ୍ଚନାଙ୍କ ସ୍ବାମୀ

ଘରେ ଲୁଚିକି ପଶୁଥିଲେ ଅର୍ଚ୍ଚନାଙ୍କ ସ୍ବାମୀ

ଭୁବନେଶ୍ବର : ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ। ଜଗବନ୍ଧୁଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ଅଟକ ରଖିଥିବା ସୂଚନା ମିଳିଛି। ଅର୍ଚ୍ଚନାଙ୍କ ଅଭିଯୋଗ ପରେ ଜଗବନ୍ଧୁଙ୍କୁ ପୋଲିସ ଉଠାଇ ନେଇଛି। ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ କରି ମାରିବାକୁ ଉଦ୍ୟମ ଅଭିଯୋଗ ହୋଇଛି। ଏହା ସହ ଜଗବନ୍ଧୁଙ୍କ ପାଖରୁ ଗୋଟିଏ ଛୁରି ଜବତ ହୋଇଥିବା ସୂଚନା ମିଳିଛି। ରାତିରେ ଜୋରଜବରଦସ୍ତ ଘରେ ପଶିବାକୁ ଚେଷ୍ଟା କରୁଥିଲେ ସ୍ବାମୀ। ସେହି ସମୟରେ ଅର୍ଚ୍ଚନା ତାଙ୍କୁ ଏଠାକୁ କାହିିଁକି ଆସିଲ ବୋଲି ପଚାରିଥିଲେ। ଏପିରିକି ପିସିଆର୍‌କୁ ଡାକିବାକୁ ଧମକ ଦେଇଥିଲେ। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।