ପୁଣି ଗୃହକାର୍ଯ୍ୟ ଚଳାଇ ଦେଲେନି ବିରୋଧୀ : ୧୧.୩୦ ଯାଏ ଗୃହ ମୁଲତବି

ପୁଣି ଗୃହକାର୍ଯ୍ୟ ଚଳାଇ ଦେଲେନି ବିରୋଧୀ  : ୧୧.୩୦ ଯାଏ ଗୃହ ମୁଲତବି

ପୁଣି ଗୃହକାର୍ଯ୍ୟ ଚଳାଇ ଦେଲେନି ବିରୋଧୀ । ଆଜି ଗୃହ କାର୍ଯ୍ୟ ଆରମ୍ଭରୁ ହଟ୍ଟଗୋଳ ଆରମ୍ଭ କରି ଦେଇଥିଲେ ବିଜେଡି ସଦସ୍ୟ । ସେପଟେ ଜୟପୁର ବିଧାୟକ ତାରା ପ୍ରସାଦ ବାହୀନିପତିଙ୍କ ଉପରୁ ନିଲମ୍ବନ ହଟାଇବାକୁ ଦାବି କରିଛି କଂଗ୍ରେସ । ଏଣୁ ପ୍ରଶ୍ନକାଳକୁ ବୟକଟ କରିଛି କଂଗ୍ରେସ । ତାରା ବାହିନୀପତିଙ୍କ ଉପର ନିଲମ୍ବନ ହଟେଇବା ଦାବିରେ କଂଗ୍ରେସ ବିଧାୟକଙ୍କ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି । ହାତରେ କଳା ପଟି ବାନ୍ଧି କଂଗ୍ରେସ ବିଧାୟକ ମାନେ ଗାନ୍ଧୀ ମୂର୍ତ୍ତି ତଳେ ଧାରଣାରେ ବସିଛନ୍ତି । 

ଆଜି ପ୍ରଶ୍ନକାଳ ଆରମ୍ଭ ହେଉହେଉ ଜଳସେଚନ ଉପରେ ଗୃହରେ ଉତ୍ତର ରଖୁଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ୍ ମହାଲିଙ୍ଗ । କିନ୍ତୁ ପ୍ରଶ୍ନକାଳ ଆରମ୍ଭରୁ ବିଜେଡି ନାରାବାଜି ଆରମ୍ଭ କରି ଦେଇଥିଲା । ପୋଲାଭରମ ପ୍ରସଙ୍ଗରେ ଗୃହରେ ବିଜେଡି ସଦସ୍ୟଙ୍କ ହଟ୍ଟଗୋଳ କରିଥିଲେ । ପୋଲାଭରମ ପ୍ରସଙ୍ଗରେ ଆଲୋଚନା ପାଇଁ ମୁଲତବି ପ୍ରସ୍ତାବ ଦେଇଥିଲା ବିଜେଡି । ଯାହାକୁ ଅଗ୍ରାହ୍ୟ କରିଥିଲେ ବାଚସ୍ପତି ଜ୍ଝ ଆଲୋଚନା ଦାବିରେ ବିଜେଡି ପ୍ରତିବାଦ କରିଥିଲା । ଶେଷରେ ବାଧ୍ୟ ହୋଇ ବାଚସ୍ପତ୍ତି ପୂର୍ବାହ୍ନ ୧୧.୩୦ ପର୍ୟ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଥିଲେ ।