୪ଟା ଗୃହ ଯାଏଁ ମୁଲତବୀ

ଭୁବନେଶ୍ୱର: ପୁଣି ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଚାଲିପାରିଲାନି ଗୃହ । ଫଳରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ କରିଛନ୍ତି । ଆଜି ଗୃହରେ ଓବିସି, ଏସସି/ଏସଟି ସଂରକ୍ଷଣ ପ୍ରସଙ୍ଗ ଉଠାଇ ବିରୋଧୀ ସଦସ୍ୟମାନେ ହୋହାଲ୍ଲା କରିଛନ୍ତି । ଏହି ପ୍ରସଙ୍ଗ ଉଠାଇ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକମାନେ ବାଚସ୍ପତିଙ୍କ ପୋଡ଼ିୟମ ତଳେ ନାରାବାଜି ସହ ହଟ୍ଟଗୋଳ କରିଥିଲେ । ଫଳରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ କରିଛନ୍ତି । ଆଜି ପ୍ରଥମେ ବିଧାନସଭାରେ ବାଚସ୍ପତି ସୁରମା ପାଢ଼ୀଙ୍କୁ ଅସମ୍ମାନ ପ୍ରସଙ୍ଗରେ ନିନ୍ଦା ପ୍ରସ୍ତାବ ଗୃହୀତ ହୋଇଛି । ସରକାରୀ ଦଳ ମୁଖ୍ୟ ସଚେତକ ଏହି ନିନ୍ଦା ପ୍ରସ୍ତାବ ଆଣିଥିଲେ । ନିନ୍ଦା ପ୍ରସ୍ତାବ ଗୃହୀତ ହୋଇଥିବାବେଳେ ପ୍ରଥମେ ଗୃହକୁ ଘଣ୍ଟାଏ ପାଇଁ ମୁଲତବୀ ଘୋଷଣା କରାଯାଇଥିଲା ।
ଆଜି ପ୍ରଥମେ ବିଧାନସଭାରେ ବାଚସ୍ପତି ସୁରମା ପାଢ଼ୀଙ୍କୁ ଅସମ୍ମାନ ପ୍ରସଙ୍ଗରେ ନିନ୍ଦା ପ୍ରସ୍ତାବ ଗୃହୀତ ହୋଇଛି । ସରକାରୀ ଦଳ ମୁଖ୍ୟ ସଚେତକ ଏହି ନିନ୍ଦା ପ୍ରସ୍ତାବ ଆଣିଥିଲେ । ନିନ୍ଦା ପ୍ରସ୍ତାବ ଗୃହୀତ ହୋଇଥିବାବେଳେ ପ୍ରଥମେ ଗୃହକୁ ଘଣ୍ଟାଏ ପାଇଁ ମୁଲତବୀ ଘୋଷଣା କରାଯାଇଥିଲା । ତେବେ ପରେ ଗୃହ କାର୍ଯ୍ୟ ଆରମ୍ଭ ହେଉ ହେଉ ଓବିସି, ଏସସି/ଏସଟି ସଂରକ୍ଷଣ ପ୍ରସଙ୍ଗ ଉଠାଇ ବିରୋଧୀ ସଦସ୍ୟମାନେ ହୋହାଲ୍ଲା କରିଥିଲେ । ଫଳରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ କରିଛନ୍ତି ।