ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଗୃହ ମୁଲତବି
ବଜେଟ୍ ଅଧିବେଶନର ଦ୍ୱିତୀୟ ଦିନ ଗୃହ କାର୍ଯ୍ୟ ଆରମ୍ଭରୁ ହଟ୍ଟଗୋଳ କରିଛନ୍ତି ବିରୋଧୀ । ବିଜେଡି ମଣ୍ଡିରେ କନଟନୀଛଟନି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଥିବା ବେଳେ କଂଗ୍ରେସ ରାଜ୍ୟରେ ବିପର୍ୟ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଆଲୋଚନା ଦାବି କରିଛି । ଏହାକୁ ନେଇ ଉଭୟ ବିରୋଧୀ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଛି । ଫଳରେ ସୁରୁଖୁରୁରେ ଚାଲି ପାରଲାନି ଗୃହକାର୍ୟ୍ୟ । ଏଣୁ ମଧ୍ୟାହ୍ନ ୧୨ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତ୍ତି ସୁରମା ପାଢ଼ୀ ।