୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା

ଭୁବନେଶ୍ୱର: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନିକଟରେ ସରକାର ୭୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ଆୟୁଷ୍ମାନ ଭାରତରେ ସାମିଲ୍ କରିଛନ୍ତି।
ପୂର୍ବରୁ ସ୍ୱାସ୍ଥ୍ୟମନ୍ତ୍ରୀ କହିଥିଲେ କି “ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଖୁବଶୀଘ୍ର ଲାଗୁ ହେବାକୁ ଯାଉଛି । ଏବେ ଡାଟା କାମ ଚାଲିଛି । ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ଲାଗୁ ହେବ । ନିର୍ଦ୍ଦିଷ୍ଟ ଭାବରେ ୧ କୋଟି ପରିବାରର ପ୍ରାୟ ୩ କୋଟି ୫୦ ଲକ୍ଷ ଲୋକଙ୍କୁ ସ୍ୱାସ୍ଥ୍ୟ କାର୍ଡ ମିଳିବ । ଏହା ସାରା ଭାରତ ବର୍ଷରେ ପାଖାପାଖି ୨୭ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ହେବ। ଲୋକ କ୍ୟାସଲେସ୍ ଚିକିତ୍ସା ସୁବିଧା ପାଇବେ । ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କ ମଧ୍ୟ ଏହି ସ୍ୱାସ୍ଥ୍ୟବୀମା ସୁବିଧା ମିଳିବ । ଏହା ଏକ କମନ୍ କାର୍ଡ ହେବ ।”