ଶ୍ରୀବାଣୀକ୍ଷେତ୍ରକୁ ବାହୁଡିଲେ ମହାପ୍ରଭୁ

 ଭୁବନେଶ୍ୱର : ଦୀର୍ଘ ନବଦିନ ଯାତ୍ରା ସାରି ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ମାଆ ସୁଭଦ୍ରା ଆଜି ବାହୁଡାରେ ଶ୍ରୀବାଣୀକ୍ଷେତ୍ରକୁ ବାହୁଡିଛନ୍ତି  । ମହାପ୍ରଭୁଙ୍କ ବାହୁଡା ଯାତ୍ରା ଆଡମ୍ବରପୂର୍ଣ୍ଣ ଭାବେ ଶେଷ ହୋଇଛି  । ପୂର୍ବାହ୍ନରେ ମଙ୍ଗଳ ଆରତୀ, ମଇଲମ, ତଡପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା, ରଥପୂଜା ଓ ପହଣ୍ଡି ଆଦି ନୀତିକାନ୍ତି ସଂପନ୍ନ ହେବା ପରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚୁ୍ୟତ ସାମନ୍ତଙ୍କ ଦ୍ୱାରା ଅପରାହ୍ନ ୩ଟାରେ ଛେରାପହଁରା କାର୍ଯ୍ୟ ସଂପାଦିତ ହୋଇଥିଲା  । ଅପରାହ୍ନ ୪ଟାରେ ଭକ୍ତମାନେ ମହାପ୍ରଭୁ ବଳଭଦ୍ର, ମାଆ ସୁଭଦ୍ରା ଓ ଜଗନ୍ନାଥଙ୍କ ରଥକୁ ଟାଣିଥିଲେ  । ଶ୍ରୀବାଣୀକ୍ଷେତ୍ରର ରଥଯାତ୍ରାର ଏକ ବିଶେଷତ୍ୱ ହେଉଛି ଏଠାରେ ମାଆ ସୁଭଦ୍ରାଙ୍କ ରଥକୁ ମହିଳାମାନେ ଟାଣିଥାନ୍ତି  । ତିନି ରଥଙ୍କୁ ଗୁଣ୍ଡିଚା ମନ୍ଦିରରୁ ଶ୍ରୀବାଣୀକ୍ଷେତ୍ର ପର୍ଯ୍ୟନ୍ତ ଟଣାଯାଇଥିଲା  । ବାହୁଡା ଯାତ୍ରା ଦେଖିବା ଲାଗି ସ୍ଥାନୀୟ ଅଞ୍ଚଳରୁ ପ୍ରାୟ ୪୦ହଜାରରୁ ଊର୍ଦ୍ଧ୍ୱ ଭକ୍ତ ସମାଗମ ହୋଇ ସୁସଜ୍ଜିତ ନନ୍ଦିଘୋଷ, ତାଳଧ୍ୱଜ ଓ ଦେବଦଳନ ରଥକୁ ଟାଣିବା ସହ ଦୈବୀକୃପା ଲାଭ କରିଥିଲେ । ଘଣ୍ଟଘଣ୍ଟା, ମର୍ଦ୍ଦଳ ଧ୍ୱନୀ ଓ ହୁଳହୁଳିରେ ରଥଦାଣ୍ଡ କମ୍ପିଥିଲା  । ଆସନ୍ତା କାଲି ଶ୍ରୀଜୀଉମାନଙ୍କ ସୁନାବେଶ ଅନୁଷ୍ଠିତ ହେବ  । ଭକ୍ତମାନେ ଯେପରି ସୁଚାରୁ ରୂପେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରିପାରିବେ ସେଥିପାଇଁ କିଟ୍ ମନ୍ଦିର ଟ୍ରଷ୍ଟ ପକ୍ଷରୁ ବ୍ୟାପକ ବନେ୍ଦାବସ୍ତ କରାଯାଇଛି ।