କାଳିଆ ସାଆନ୍ତ ଆସୁଛନ୍ତି ପହଣ୍ଡିରେ

କାଳିଆ ସାଆନ୍ତ  ଆସୁଛନ୍ତି ପହଣ୍ଡିରେ

 ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥୀରେ ଧରି ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିଆସିବେ ମହାବାହୁ। ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ରଥରେ ବିରାଜମାନ କରିଥିବାବେଳେ ପରେ ବଡ଼ଠାକୁର ବଳଭଦ୍ର ଏବଂ ପରେ ଭଉଣୀ ସୁଭଦ୍ରାଙ୍କର ପହଣ୍ଡି ସରିଛି। ଏବେ ଆରମ୍ଭ ହୋଇଛି ମହାବାହୁଙ୍କ ପହଣ୍ଡି। ଧାଡ଼ିପହଣ୍ଡିରେ ଆସୁଛନ୍ତି ମହାପ୍ରଭୁ। ଏହି ଦୃଶ୍ୟ ଦେଖିବା ପାଇଁ ଶରଧାବାଲିରେ ପ୍ରବଳ ଭକ୍ତଙ୍କ ଗହଳି ଲାଗିଛି।