ରାଜଧାନୀ ପାଲଟିଛି ସବୁଠୁ ଉତ୍ତପ୍ତ ସହର

ଅସହ୍ୟ ତାତିରେ ଆଉଟୁପାଉଟୁ ରାଜ୍ୟବାସୀ ହେଉଛନ୍ତି । ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଆଜି ସକାଳ ୮ଟା ୩୦ ସୁଦ୍ଧା ୩୨ ଡିଗ୍ରୀ ଟପିଛି ପାରଦ। ରାଜଧାନୀ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ପାଲଟିଛି।
ରାଜଧାନୀର ତାପମାତ୍ରା ୩୨.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ପାରାଦୀପ ୩୨ ଡିଗ୍ରୀ, ପୁରୀ ୩୨ଡିଗ୍ରୀ, କେନ୍ଦୁଝର ୩୨ଡିଗ୍ରୀ ବାଲେଶ୍ୱର ୩୧.୮ ଡିଗ୍ରୀ, ଚାନ୍ଦବାଲି ୩୧.୬ ଡିଗ୍ରୀ, ଝାରସୁଗୁଡା ୩୦.୮ ଡିଗ୍ରୀ, ହୀରାକୁଦ ୩୦. ୨ ଡିଗ୍ରୀ, ସମ୍ବଲପୁର ୩୦ ଡିଗ୍ରୀ, ରାଉରକେଲା ୩୦ ଡିଗ୍ରୀ ଓ ଗୋପାଳପୁରରେ ୨୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ଅନ୍ୟପକ୍ଷରେ ଆସନ୍ତା ୫ ଦିନ ଯାଏ ଦିନ ତାପମାତ୍ରା ଅଧିକାଂଶ ସ୍ଥାନରେ ୪ରୁ ୬ ଡିଗ୍ରୀ ବୃଦ୍ଧି ପାଇବାର ଆଶଙ୍କା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।