ସାର ଅଭାବ ନେଇ ନଡ୍ଡାଙ୍କୁ ଚିଠି ଲେଖିଲେ ନବୀନ : ସମସ୍ୟାର ସମାଧାନ ନହେଲେ ଆନେ୍ଦାଳନ: ବିଜେଡ଼ି
ଭୁବନେଶ୍ୱର : ସାରା ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା, କଳାବଜାର, ଅପମିଶ୍ରଣ ଓ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀକୁଳ ହନ୍ତସନ୍ତ ହେଉଛନ୍ତି । ବିଭିନ୍ନ ସ୍ଥାନରେ ବିଶେଷ କରି ଆଦିବାସୀ ବହୁଳ ଜିଲ୍ଲାରେ ସାର ସମସ୍ୟା ଉକôଟ ହୋଇଛି । ସାର ପାଇଁ ଆଜି ରାସ୍ତାରେ ଚାଷୀ । ଚାଷୀକୁଳର ଏ ସମସ୍ୟା ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି ନଡ୍ଡାଙ୍କୁ ପତ୍ର ଲେଖି ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କ ରେ ଅବଗତ କରାଇବା ସହ ଓଡିଶା ଚାଷୀକୁଳର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ତୁରନ୍ତ ଆବଶ୍ୟକ ୟୁରିଆ ଯୋଗାଣ ସୁନିଶ୍ଚିତ କରିବାକୁ ଶ୍ରୀ ପଟ୍ଟନାୟକ ଦାବି କରିଛନ୍ତି ।
ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ କୃଷି ଓଡିଶା ଅର୍ଥନୀତିର ମୁଖ୍ୟ ଆଧାର ଓ ଆମର ୭୦ ଭାଗରୁ ଅଧିକ ଲୋକଙ୍କୁ କୃଷି ହିଁ ଜୀବିକା ଯୋଗାଇଥାଏ । ଗତ ଦୁଇ ଦଶନ୍ଧିରେ ଓଡିଶା କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲା । ୨୦୦୦ମସିହାରେ ଚାଉଳ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ଓଡିଶା ଆଜି ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଣରେ ଏକ ପ୍ରମୁଖ ରାଜ୍ୟ ହୋଇ ପାରିଛି । କୃଷି କ୍ଷେତ୍ରରେ ବୈଷୟିକ ବିଦ୍ୟାର ପ୍ରୟୋଗ ଓ ସାର ବିହନ ଆଦିର ଉତ୍ତମ ବଣ୍ଟନ ଓଡିଶାକୁ ଏ ସଫଳତା ଆଣି ଦେଇଥିଲା । ଓଡିଶାରେ ୭.୯୪ ଲକ୍ଷ ଟନ ସାର ମହଜୁଦ ଥିବା ରାଜ୍ୟ ସରକାର ଦାବି କରୁଥିବା ବେଳେ ଚାଷୀ କିନ୍ତୁ ସାର ପାଉନି । ୟୁରିଆ ସରକାରୀ ଦର ଠାରୁ ଉଚ୍ଚÿ ଦାମରେ ବିକ୍ରି ହେଉଛି । ଓଡିଶା ସରକାରଙ୍କ ଏଜେନ୍ସି ମାର୍କଫେଡ ଚାଷୀଙ୍କ ବଦଳରେ ଘରୋଇ ଡିଲରଙ୍କୁ ରିହାତିରେ ସାର ବିକୁଛି । ତେଣୁ ଚାଷୀ ଖରିଫ ଋତୁରେ ଚାଷ କାମ ଛାଡି ସାର ପାଇଁ ରାଜ ରାସ୍ତାକୁ ଓହ୍ଲାଇବା ଚିନ୍ତାର ବିଷୟ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି ।
ସାର ଜନିତ ଯନ୍ତ୍ରଣାରୁ ମୁକ୍ତି ପାଇଁ ସରକାର ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ନିଅନ୍ତୁ, ନଚେତ ରାଜ୍ୟବ୍ୟାପୀ କୃଷକ ଆନେ୍ଦାଳନକୁ ସମ୍ମୁଖୀନ ହେବାକୁ ପ୍ରସ୍ତୁତ ରୁହନ୍ତୁ ବୋଲି ବିଜେଡିର ବରିଷ୍ଠ ନେତା ତଥା ବିଧାୟକ ଡ. ଅରୁଣ ସାହୁ ଚେତାବନୀ ଦେଇଛନ୍ତି ।