ଶଙ୍ଖ ଫୁଙ୍କିଲେ ପୂର୍ବତନ ବ୍ଲକ୍ ଅଧ୍ୟକ୍ଷ

ଶଙ୍ଖ ଫୁଙ୍କିଲେ ପୂର୍ବତନ ବ୍ଲକ୍ ଅଧ୍ୟକ୍ଷ

ଭୁବନେଶ୍ୱର: ପୁରୀ ଜିଲ୍ଲା ଅନ୍ତର୍ଗତ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର ବ୍ରହ୍ମଗିରି ବିଜେପି ମଣ୍ଡଳ ସଭାପତି ତଥା ପୂର୍ବତନ ପଞ୍ଚାୟତସମିତି ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ରାୟଙ୍କ ସମେତ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଶୁକ୍ରବାର ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ଓ ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ସୟଞ୍ଜ ଦାସବର୍ମା, ରାଜ୍ୟ ସଭା ସାଂସଦ ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଓ ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।ଦଳରେ ସାମିଲ୍ ହୋଇଥିବା କୃଷ୍ଣଚନ୍ଦ୍ର ରାୟ ଓ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧିଙ୍କୁ ଶ୍ରୀ ଦାସବର୍ମା, ଶ୍ରୀମଙ୍ଗରାଜ, ଡକ୍ଟର ପାତ୍ର ଓ ଶ୍ରୀ ସାମନ୍ତରାୟ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷ କରି ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ଦାସବର୍ମା, ଶ୍ରୀମଙ୍ଗରାଜ, ଡକ୍ଟର ପାତ୍ର ଓ ଶ୍ରୀ ସାମନ୍ତରାୟ କହିଥିଲେ ।
ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବ୍ରହ୍ମଗିରି ବିଜେପି ମଣ୍ଡଳ ସଭାପତି ତଥା ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ରାୟ ନିଜ ପ୍ରତିକି୍ରୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପି୍ରମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଶୁକ୍ରବାର ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲି କହିଥିଲେ । ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକ ୁସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଓ ମୋ ସହଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ ଜଣାଉଛି ।
ଏହି  ମିଶ୍ରଣ ପର୍ବରେ ବେଣ୍ଟପୁର ପଞ୍ଚାୟତ ସରପଞ୍ଚ ବିଜୟା ଲକ୍ଷ୍ମୀ ପଲୋଇ, ଆଲୋକ କୁମାର ମଲ୍ଲିକ, ବ୍ରହ୍ମଗିରି ମହିଳା ମହାସଂଘ ସଭାପତି ସସ୍ମିତା ସାହୁ, ପୂର୍ବତନ ଜିଲ୍ଲାପରିଷଦ ସଦସ୍ୟ ମାନସ ୀହରିଚନ୍ଦନ, ବରିଷ୍ଠ ବିଜେପି ନେତା ସର୍ବେଶ୍ୱର ପଲାଇ, ବିଜେପି ଯୁବନେତା ନୀଳକଣ୍ଠ ବେହେରା, ବ୍ରହ୍ମଗିରି ବିଜେପି ଯୁବମୋର୍ଚ୍ଚା ସଭାପତି ଜୀବେଶ ନନ୍ଦଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ  ।