ବିଜେପି କାର୍ଯ୍ୟାଳୟରେ ପାର୍ଥିବ ଶରୀରକୁ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର : ବିଶିଷ୍ଟ ରାଜନେତା, ବିଜେପିର ପ୍ରଥମ ତଥା ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପାର୍ଥୀବ ଶରୀର ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚôବା ପରେ ସେଠାରେ ରାଜ୍ୟ ସଭାପତି, ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ପଦାଧିକାରୀ, କାର୍ଯ୍ୟକର୍ତ୍ତା ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ସ୍ୱର୍ଗତଃ ପଟ୍ଟନାୟକଙ୍କ ପାର୍ଥୀବ ଶରୀର ପହଂଚିବା ପରେ ରାଜ୍ୟ ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ସମେତ ଅନ୍ୟମାନେ ପ୍ରମୁଖ ତାଙ୍କର ଶେଷ ଦର୍ଶନ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ପରଲୋକ ଘଟିଥିବା ବେଳେ ମୃତୁ୍ୟବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା ।
ଏ ଅବସରରେ ବିଜେପି ସଭାପତି ଶ୍ରୀ ସାମଲ କହିଥିଲେ ଯେ, ବିଜେପିର ପ୍ରଥମ ନିର୍ବାଚନରେ ସ୍ୱର୍ଗତ ପଟ୍ଟନାୟକ କାମାକ୍ଷାନଗରରୁ ବିଜୟୀ ହୋଇ ଦଳ ପାଇଁ ମୂଳଦୂଆ ପକାଇଥିଲେ । ସେ ବିଧାୟକ ଭାବେ ନିର୍ବାଚିତ ହେବା ପରେ କାମାକ୍ଷାନଗରର ବିଭିନ୍ନ କ୍ଷେତ୍ରରେ ଅଗ୍ରଗତି ହୋଇଥିଲା । କାମାକ୍ଷାନଗରରେ ୧୫ରୁ ଊର୍ଦ୍ଧ୍ୱ ଶିକ୍ଷାନୁଷ୍ଠାନ ନିର୍ମିତ ହୋଇଥିଲା । ତାଙ୍କ ବିୟୋଗରେ ରାଜ୍ୟ ତଥା ବିଜେପି ପରିବାର ପାଇଁ ଅପୂରଣୀୟ କ୍ଷତି ହୋଇଛି ।
ଓଡ଼ିଶା ରାଜନୀତିର ଜଣେ କର୍ମଯୋଗୀ ନେତା ଏବଂ ଓଡ଼ିଶାର ପ୍ରଥମ ବିଜେପି ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ବିୟୋଗରେ ମୁଁ ଗଭୀର ଭାବେ ଦୁଃଖିତ ଓ ମର୍ମାହତ । ଶିକ୍ଷା, ସାମାଜିକ ସେବା ଏବଂ ରାଜନୈତିକ କ୍ଷେତ୍ରରେ ତାଙ୍କର ଅବଦାନ, ଏବଂ ଆମ ଦଳର ସଂଗଠନକୁ ଦୃଢ଼ କରିବାରେ ତାଙ୍କର ଅସାମାନ୍ୟ ଯୋଗଦାନ ସର୍ବଦା ସ୍ମରଣୀୟ ହୋଇରହିବ । ତାଙ୍କ ବିୟୋଗ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି । ଦିବଂଗତ ଆତ୍ମାଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଜଣାଉଛି । ପ୍ରଭୁ ଜଗନ୍ନାଥ ତାଙ୍କ ଅମର ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ ଏବଂ ତାଙ୍କ ପରିବାରବର୍ଗଙ୍କୁ ଏହି କଠିନ ସମୟରେ ଧୈର୍ଯ୍ୟ ପ୍ରଦାନ କରନ୍ତୁ ।
ମୋହନ ଚରଣ ମାଝୀ, ମୁଖ୍ୟମନ୍ତ୍ରୀ:
ଓଡ଼ିଶାର ଜଣେ ପ୍ରବୀଣ ନେତା ତଥା ଓଡ଼ିଶା ପ୍ରଦେଶ ପ୍ରଥମ ବିଜେପି ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ବିୟୋଗରେ ମୁଁ ଗଭୀର ଭାବେ ଦୁଃଖିତ ଏବଂ ମର୍ମାହତ । ଶିକ୍ଷା ଏବଂ ଜନସେବା କ୍ଷେତ୍ରରେ ତାଙ୍କର ଅବଦାନ କାମାକ୍ଷାନଗର ଏବଂ ରାଜ୍ୟ ପାଇଁ ଏକ ଅମିଶ୍ରିତ ଛାପ ଛାଡ଼ିଛି । ଶୋକ ସନ୍ତପ୍ତ ପରିବାର ବର୍ଗ ଙ୍କ ପ୍ରତି ମୋର ଗଭୀର ସମବେଦନା ଜ୍ଞାପନ କରୁଛି । ପ୍ରଭୁ ଜଗନ୍ନାଥ ତାଙ୍କ ଅମର ଆତ୍ମା କୁ ଶାନ୍ତି ପ୍ରଦାନ କରନ୍ତୁ ।
କନକ ବର୍ଦ୍ଧନ ସିଂଦେଓ, ଉପ ମୁଖ୍ୟମନ୍ତ୍ରୀ :
କାମାକ୍ଷାନଗରର ପୂର୍ବତନ ବିଧାୟକ ତଥା ଓଡ଼ିଶା ବିଜେପିର ପ୍ରଥମ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ । ଜନସେବା କ୍ଷେତ୍ରରେ ତାଙ୍କର ଅବଦାନ ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଉଛି ।
ପ୍ରଭାତୀ ପରିଡ଼ା, ଉପ ମୁଖ୍ୟମନ୍ତ୍ରୀ:
କାମାକ୍ଷାନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଉଛି ।
ସୁରମା ପାଢ଼ି, ବାଚସ୍ପତି:
ଭାରତୀୟ ଜନତା ପାର୍ଟି ଓଡିଶା ପ୍ରଦେଶର ପ୍ରଥମ ବିଧାୟକ ତଥା କାମାକ୍ଷାନଗର ନିର୍ବାଚନମଣ୍ଡଳୀର ଜନପ୍ରିୟ ନେତା ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ ଦୁଃଖଦ ସମ୍ବାଦ ଶୁଣି ମର୍ମାହତ ଓ ଦୁଃଖିତ । କାମାକ୍ଷାନଗର ନିର୍ବାଚନମଣ୍ଡଳୀ ପାଇଁ ତାଙ୍କର ଅବଦାନ ଅମର ରହିବା ସହ ତା'ଙ୍କ ଦୃଢ଼ ନେତୃତ୍ୱ, ଦୟାଳୁ ସ୍ୱଭାବ, ମିଷ୍ଟଭାଷୀ ଏବଂ ମାନବିକ ମୂଲ୍ୟବୋଧ ସଦା ସ୍ମୃତିରେ ରହିବ । ତାଙ୍କ ପରିବାର, ଆତ୍ମୀୟ ଓ ପ୍ରିୟଜନଙ୍କୁ ଗଭୀର ସମବେଦନା ଜଣାଉଛି ।
କୃଷ୍ଣଚନ୍ଦ୍ର ପାତ୍ର, ଖାଦ୍ୟ ଯୋଗାଣମନ୍ତ୍ରୀ :
ଓଡ଼ିଶା ବିଜେପିର ପ୍ରଥମ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କର ବିୟୋଗ ରାଜ୍ୟ ରାଜନୀତି ପାଇଁ ଏକ ଅପୂରଣୀୟ କ୍ଷତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଉଛି ।
ନିତ୍ୟାନନ୍ଦ ଗଣ୍ଡ, ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ :
କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ । ଜନସେବା କ୍ଷେତ୍ରରେ ତାଙ୍କର ବହୁମୂଲ୍ୟ ଅବଦାନ ସବୁଦିନ ପାଇଁ ମନେ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ମୋର ଗଭୀର ସମବେଦନା ଜଣାଉଛି ।
ପୃଥ୍ୱୀରାଜ ହରିଚନ୍ଦନ, ଆଇନ ମନ୍ତ୍ରୀ:
ରାଜ୍ୟରେ ଆମ ବିଜେପିର ପ୍ରଥମ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦ । ୧୯୮୫ରେ କାମାକ୍ଷାନଗର ନିର୍ବାଚନମଣ୍ଡଳୀରୁ ସେ ବିଜେପି ଦଳରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଏହି ଅସମୟରେ ପ୍ରଭୁ ତାଙ୍କ ପରିବାରକୁ ସାହସ ପ୍ରଦାନ କରିବା ସହ ଅମର ଆତ୍ମାକୁ ସଦଗତି ଦିଅନ୍ତୁ ।
ସୂର୍ଯ୍ୟବଂଶୀ ସୂରଜ, କ୍ରୀଡ଼ାମନ୍ତ୍ରୀ:
ଆମ ଦଳର ଓଡ଼ିଶା ପ୍ରଦେଶର ପ୍ରଥମ ବିଧାୟକ ସ୍ୱର୍ଗତ ପ୍ରସନ୍ନ ପଟ୍ଟନାୟକଙ୍କ ଦେହାନ୍ତ ଖବର ଶୁଣି ମୁଁ ଗଭୀର ଦୁଃଖିତ ଓ ମର୍ମାହତ । ସେ ଆମ ଦଳର ଜଣେ ଦୃଢ଼ ସଂଗଠକ ଥିଲେ । କାମାକ୍ଷାନଗର ବିଧାନସଭାର ଉନ୍ନତୀକରଣ, ବିକାଶ ପାଇଁ ତାଙ୍କ ଅବଦାନ ସଦା ସ୍ମରଣୀୟ ହୋଇ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି ।
ରବି ନାରାୟଣ ନାୟକ, ପଞ୍ଚାୟତିରାଜ ମନ୍ତ୍ରୀ