ହୀରାକୁଦ ଡ୍ୟାମ୍‌ର ନବୀକରଣ ପାଇଁ ୮୫୦ କୋଟି

ଭୁବନେଶ୍ୱର : ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ଚଳିତ ବର୍ଷ ବଜେଟରେ ୨ଲକ୍ଷ ୯୦ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି। ଅନ୍ୟପକ୍ଷେ ଜଳସମ୍ପଦ ବିଭାଗରେ ମୁହାଣ ଖନନ ପାଇଁ ୩୮୬ କୋଟି ବ୍ୟୟ ଅଟକଳ କରାଯାଇଛି।ହୀରାକୁଦ ଡ୍ୟାମ୍‌ର ନବୀକରଣ ପାଇଁ ୮୫୦ କୋଟି ବ୍ୟୟ ବରାଦ ହୋଇଛି। ସେହିପରି ରାଜ୍ୟ ସରକାର  ଅନ୍ୟାନ୍ୟ ଡ୍ୟାମ ଉନ୍ନତି ପାଇଁ ୫୭ କୋଟି ଖର୍ଚ୍ଚ ହେବ। ଜଳ ସମସ୍ୟା .ନେଇ ନଳକୂପଗୁଡ଼ିକ ପାଇଁ ବଜେଟ୍‌ରେ ୧୧୫୦ କୋଟି ବ୍ୟୟ ଅଟକଳ ହୋଇଛି।