ମୁଦ୍ରା ଲୋନ ୨୦ ଲକ୍ଷକୁ ବୃଦ୍ଧି

 ନୂଆଦିଲ୍ଲୀ:୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି ।  ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ ।  ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । ମୋଦି ସରକାର ୩.୦ର ଏହା ପ୍ରଥମ ବଜେଟ୍ ହୋଇଥିବାବେଳେ ଏଥିରୁ ଅନେକ ଆଶା ବାନ୍ଧି ବସିଛନ୍ତି ସବୁ ବର୍ଗର ଲୋକେ । ତେବେ  ମୁଦ୍ରା ଲୋନ ୨୦ ଲକ୍ଷକୁ ବୃଦ୍ଧି କରାଯାଇଥିବା ର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ମୁଦ୍ରା ଲୋନରେ ଲୋନ ସୀମା ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି କରାଯାଇଛି । ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ ନେଇପାରିବେ । 

ତେବେ ବଜେଟ ଉପସ୍ଥାପନବେଳେ ଅର୍ଥମନ୍ତ୍ରୀ କ’ଣ ସବୁ କହିଛନ୍ତି ତାହା ସଂକ୍ଷେପରେ ଜାଣନ୍ତୁ
-ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
- ଗରିବ, ମହିଳା, ଯୁବବର୍ଗ ଓ କୃଷକଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
- ପିଏମ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବୃଦ୍ଧି କରାଯାଇଛି
-୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି
- ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା

-୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ
-୧କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ କରିବାକୁ ପ୍ରୋତ୍ସାହନ
-ଚାଷୀଙ୍କ ଉପôାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ
-ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ
-କୃଷିକ୍ଷେତ୍ର ପାଇଁ ୧ ଲକ୍ଷ ୫୨ହଜାର କୋଟିର ପ୍ରବଧାନ
-ପୂର୍ବାଞ୍ଚଳ ରାଜ୍ୟର ବିକାଶ ପାଇଁ ଆରମ୍ଭ ହେବ ‘ପୂର୍ବୋଦୟ’ ସ୍କିମ । 
-ପୂର୍ବାଞ୍ଚଳ ରାଜ୍ୟ ସହ ଆଉ ୫ଟି ରାଜ୍ୟ ସାମିଲ ହେବେ ।
-ଏହି ସ୍କିମରେ ସାମିଲ ହେବେ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରେଦଶ ।
-ବିହାର ଓ ଆନ୍ଧ୍ରପ୍ରଦେଶ ପାଇଁ ବିଶେଷ ଘୋଷଣା 
-ବିହାରରେ ବିମାନବନ୍ଦର ଓ ମେଡିକାଲ କଲେଜର ବିକାଶ ହେବ । 
-ନୂଆ ବିମାନମନ୍ଦର ଓ ମେଡିକାଲ କଲେଜ ପାଇଁ ଅନୁଦାନ ମିଳିବ ।  
- ଆନ୍ଧ୍ରପ୍ରଦେଶ ପୋଲାଭରମ ପ୍ରକଳ୍ପର ଶୀଘ୍ର ସମାପ୍ତ ପାଇଁ ପଦକ୍ଷେପ ନିଆଯିବ
-ପୋଲାଭରମ ପ୍ରକଳ୍ପ ଆନ୍ଧ୍ରର ଜୀବନ ରେଖା
- ଆଉ ୩ କୋଟି ଆବାସ ଗୃହ ନିର୍ମାଣ ହେବ
-ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ ଗୃହ ନିର୍ମାଣ ହେବ
-ମହିଳା ଓ ଯୁବତୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ୩ ଲକ୍ଷ କୋଟିର ବ୍ୟବସ୍ଥା କରାଯାଇଛି