ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ ବୈଠକ
ଭୁବନେଶ୍ୱର: ବୁଧବାର ସନ୍ଧ୍ୟାରେ ନୂଆ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ। ନୂଆ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ୍ ବୈଠକ। ପ୍ରଥମ କ୍ୟାବିନେଟରେ ନିଆଯିବ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ବୈଠକରେ ହୋଇପାରେ ନିଷ୍ପତ୍ତି। ଲୋକସେବା ଭବନରେ ଗଣମାଧ୍ୟମ ପ୍ରତିନିଧି ପ୍ରବେଶ ନେଇ ଉଠିପାରେ କଟକଣା।
ଅନ୍ୟପକ୍ଷରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ହୋଇଛି ଭବ୍ୟ ଆୟୋଜନ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ। ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା ହେବା ପରେ ତାଙ୍କୁ ଅର୍ଡର ଅଫ୍ ଆପଏଣ୍ଟମେଣ୍ଟ ପ୍ରଦାନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏଥିସହ ତାଙ୍କୁ ରାଜ୍ୟରେ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି।
ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ମଧ୍ୟ ଘୋଷଣା ହୋଇଛି। ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଏବଂ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା ହେବେ ଉପମୁଖ୍ୟମନ୍ତ୍ରୀ।