ଓଡ଼ିଆ ମାଟିର ଅସ୍ମିତା ଓ ସ୍ୱାଭିମାନ ରକ୍ଷା ପାଇଁ ମିଳିତ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଓଡ଼ିଆ ମାଟିର ଅସ୍ମିତା ଓ ସ୍ୱାଭିମାନ ରକ୍ଷା ପାଇଁ ମିଳିତ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଫକୀର ମୋହନ ସେନାପତି, ପଣ୍ଡିତ ଗୋଦାବରୀଶ ମିଶ୍ର, ମହାରାଜା ହରିହର ମର୍ଦ୍ଦରାଜଙ୍କ ଅସୀମ ତ୍ୟାଗ ଓ ନିରନ୍ତର ସଂଗ୍ରାମ ଯୋଗୁ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସମ୍ଭବ ହୋଇଥିଲା ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଅବଦାନ ରଖିଥିବା ମହାମନୀଷୀମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଓଡ଼ିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିଥିବା ଭକ୍ତକବି ମଧୁସୂଦନ ରାଓ, କବିବର ରାଧାନାଥ ରାୟ, କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର, ନାରୀକବି କୁନ୍ତଳା କୁମାରୀ ସାବତ, କର୍ମବୀର ଗୌରୀଶଙ୍କର ରାୟଙ୍କ ପରି ସାହିତ୍ୟ ମହାରଥୀମାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଦେଶର ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା ବୋଲି ଉଲ୍ଲେଖ କରି ଏ ମାଟିର ସ୍ୱାଭିମାନର ସୁରକ୍ଷା ପାଇଁ ଜୟୀ ରାଜଗୁରୁ, ବକ୍ସି ଜଗବନ୍ଧୁ, ବୀର ସୁରେନ୍ଦ୍ର ସାଏ, ଶହୀଦ ବାଜି ରାଉତ, ଶହୀଦ ଲକ୍ଷ୍ମଣ ନାଏକଙ୍କ ପରି ସଂଗ୍ରାମୀମାନଙ୍କ ପ୍ରତି ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏ ମାଟି ପ୍ରତି ଆମ ସମସ୍ତଙ୍କର ଦାୟିତ୍ୱ ରହିଛି ବୋଲି ଉଲ୍ଲେଖ କରିବା ସହ ଆମ ବରପୁତ୍ରମାନଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଆ ମାଟିର ଅସ୍ମିତା ଓ ସ୍ୱାଭିମାନ ରକ୍ଷା ପାଇଁ ମିଳିତ ଭାବେ କାମ କରି·ଲିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ । 
ଏହି ଉତ୍ସବରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ସଭାପତିତ୍ୱ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ଶାସନ ସଚିବ ସୁଜାତା ଆର୍. କାର୍ତ୍ତିକେୟନ୍ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ପ୍ରେରିତ ବାର୍ତ୍ତା ପାଠ କରିଥିଲେ । ଶେଷରେ ସୂଚନା ଓ ଲୋକସଂପର୍କ ବିଭାଗ ନିଦେ୍ର୍ଦଶକ ଶ୍ରୀ ସରୋଜ କୁମାର ସାମଲ ଧନ୍ୟବାଦ ଅର୍ପଣ କରିଥିଲେ । ଉତ୍ସବ ପ୍ରାରମ୍ଭରେ ଉକ୍ରଳ ଜନନୀଙ୍କୁ ପୁଷ୍ପଗୁଚ୍ଛ ଅର୍ପଣ ଓ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ବନେ୍ଦ ଉକ୍ରଳ ଜନନୀ ସଂଗୀତ ପରିବେଷଣ ହୋଇଥିଲା । ସୂଚନା ଓ ଲୋକସଂପର୍କ ବିଭାଗର ଉପନିଦେ୍ର୍ଦଶକ ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।