ଚିଟଫଣ୍ଡକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଜାଣନ୍ତୁ କ’ଣ ?
chitfund

ଭୁବନେଶ୍ୱର : ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଚିଟଫଣ୍ଡ ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକୃତ ଏବଂ ଜିଲ୍ଲା ସ୍ତରକୁ ବିକେନ୍ଦ୍ରୀକରଣ କରାଯାଇଛି ।
ଏତଦ୍?ଦ୍ୱାରା ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇ ଗତ ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାର ୧,୨୬,୧୩୭ ଜଣ କ୍ଷୁଦ୍ର ଜମାକାରୀଙ୍କୁ ୪୭.୦୭ କୋଟି ଟଙ୍କା ଫେରସ୍ତ କରିସାରିଛନ୍ତି । ଆସନ୍ତା ୩-୪ ମାସ ମଧ୍ୟରେ, ଆଉ ୫ ଲକ୍ଷ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।
ଏଠାରେ ସୂଚାଇ ଦିଆଯାଇ ପାରେ ଯେ, ୨୦୧୪ରୁ ୨୦୨୪ ମସିହା, ଦୀର୍ଘ ୧୦ ବର୍ଷ, ମଧ୍ୟରେ କେବଳ ୨,୭୯,୧୦୯ ଜଣ କ୍ଷୁଦ୍ର ଜମାକାରୀଙ୍କୁ ମାତ୍ର ୧୧୯ କୋଟି ଟଙ୍କା ଫେରସ୍ତ କରାଯାଇଥିଲା ।