ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମିୟୋ କ୍ଲିନିକର ପ୍ରତିନିଧି
ଭୁବନେଶ୍ୱର : ଲୋକସେବା ଭବନ ଠାରେ ଆମେରିକାର ମିୟୋ କ୍ଲିନିକ ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟସେବା ଗବେଷଣା ସଂସ୍ଥାର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡିଶାରେ କ୍ୟାନ୍ସର ଚିକିସôା କ୍ଷେତ୍ରରେ ସବୁଠାରୁ ଆଧୁନିକ ରୋଗ ନିରୂପଣ ଓ ଚିକିସôା ପଦ୍ଧତିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି । କ୍ୟାନ୍ସର ଚିକିସôା ଅତ୍ୟଧିକ ବ୍ୟୟ ସାପେକ୍ଷ ଓ ଅନିଶ୍ଚିତ । ଡିଏନ୍ଏ ଟେଷ୍ଟ ଜରିଆରେ ତୁରନ୍ତ ରୋଗ ନିରୂପଣ ସହିତ କୌଣସି ଏକ ନିର୍ଦ୍ଦିଷ୍ଟ ଚିକିସôା ପ୍ରଣାଳୀ ଫଳପ୍ରଦ ହେଉଛି ବା ନାହିଁ ତାହା ମଧ୍ୟ ଖୁବ୍ ଶୀଘ୍ର ଜଣାପଡି ପାରିବ । ତେଣୁ ଓଡିଶାରେ ଏହି ନୂତନ ପଦ୍ଧତିର ପ୍ରୟୋଗ ସପକ୍ଷରେ ପ୍ରତିନିଧିମାନେ ମତ ରଖିଥିଲେ । ଏହା ଦ୍ୱାରା ରୋଗ ନିରୂପଣ ଖୁବ୍ଶୀଘ୍ର ହେବା ସହିତ ଫଳପ୍ରଦ ଚିକିସôା ପ୍ରଦାନ କରାଯାଇପାରିବ । ସ୍ୱାସ୍ଥ୍ୟସେବା, ବିଶେଷ କରି କ୍ୟାନ୍ସର ଚିକିସôାକୁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି ବୋଲି ମତ ଦେଇ ଏ ସମ୍ପର୍କରେ ବିଧିବଦ୍ଧ ପ୍ରସ୍ତାବ ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ୱତୀ ଏସ୍. ଉପସ୍ଥିତ ଥିଲେ । ମିୟୋ କ୍ଲିନିକ ପକ୍ଷରୁ ପ୍ରଫେସର ଦେବ ମୁଖାର୍ଜୀ, ଆମେରିକାସ୍ଥିତ ଏଲିଫାସ୍ ବାୟୋ ସାଇନ୍ସସ୍ ପକ୍ଷରୁ ମିଷ୍ଟର ଚାର୍ଲସ୍ ମିଲରୟ, ଇନ-ଡିଏନ୍ଏ ଲାଇଫ୍ ସାଇନ୍ସର ପ୍ରତିଷ୍ଠାତା ତଥା ପରିଚାଳନା ନିଦେ୍ର୍ଦଶକ ବିରେନ୍ ବାନାର୍ଜୀ ଓ ପ୍ରତିନିଧି ଦେବୀ ପ୍ରସାଦ ରଥ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ।