ଖରିଫ ଧାନ ସଂଗ୍ରହ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା , ଚାଷୀ ସର୍ବାଧିକ ଲାଭବାନ ହେବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 


ାା ପ୍ରଭାନୁ୍ୟଜ୍ ।ା ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା କରିଛନ୍ତି  । କୃଷକମାନଙ୍କ ହିତକୁ ଦୃଷ୍ଟିରେ ରଖି ଧାନର ବର୍ଦ୍ଧିତ ସର୍ବନିମ୍ନ ସହାୟକ ମୂଲ୍ୟ ଲାଗୁ ଓ ମଣ୍ଡିରେ ଧାନ ସଂଗ୍ରହ ପ୍ରକ୍ରିୟାର ସରଳୀକରଣ କରିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଥିଲେ  । ଚଳିତ ବର୍ଷ ଏକ କୋଟି ମେଟ୍ରିକ ଟନ୍ ଧାନ ସଂଗ୍ରହର ଲକ୍ଷ୍ୟ ରଖାଯାଇଛି  । ଏହାକୁ ଦୃଷ୍ଟିରେ ରଖି ଚାଷୀଙ୍କ ସୁବିଧା ପାଇଁ ମଣ୍ଡିରେ ସମସ୍ତ ପ୍ରକାର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ  । ସଂଗୃହିତ ଧାନକୁ ସୁରକ୍ଷିତ ରଖିବା ନିମନ୍ତେ ପର୍ଯ୍ୟାପ୍ତ ଗୋଦାମ ଗୃହ ନିର୍ମାଣ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ  । କୃଷକ ମାନଙ୍କ ସର୍ବାଧିକ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଥିଲେ  । ସୂଚନାଯୋଗ୍ୟ ଯେ ସଂପ୍ରତି ରାଜ୍ୟରେ ୬୮ ଲକ୍ଷ ମେଟ୍ରିକ ଟନ୍ ଧାନ ଉତ୍ପାଦନ ହେଉଛି  । ଧାନ ମଣ୍ଡିକୁ ଯିବାର ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହାର ମୂଲ୍ୟ ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପଠାଯାଉଛି  । ଏହି ପ୍ରକ୍ରିୟାରେ ଅଧିକ ସ୍ୱଚ୍ଛତା ଅବଲମ୍ବନ କରିବା ପାଇଁ ମଣ୍ଡିରେ ଧାନ ସଂଗ୍ରହରେ ବାୟୋମେଟି୍ରକ୍ ପଦ୍ଧତି ଓ ଆଧାର  ସଂଯୋଗୀକରଣ  ବ୍ୟବସ୍ଥା  ହୋଇଛି  । ଇ-ବାହନ ଆପ୍ ଯୋଗେ ଧାନସଂଗ୍ରହ କରୁଥିବା ଗାଡିର ଜିପିଏସ୍ ସହାୟତାରେ ଟ୍ରାକିଂ କରାଯିବ  । ଏହା ଦ୍ୱାରା ମଧ୍ୟସ୍ଥି ଓ ଦଲାଲଙ୍କ ୌରାତ୍ମ୍ୟ କମିବ  । ଧାନସଂଗ୍ରହ ସମୟରେ ଧାନର ଗୁଣବତ୍ତା ଯାଞ୍ଚ କରିବା ପାଇଁ ‘ଅଟୋମେଟିକ୍ ଗ୍ରେନ୍ ଆନାଲାଇଜର’ର ବ୍ୟବସ୍ଥା ରହିବ  । ଏହାର ପ୍ରକ୍ରିୟାକରଣ ସମୟରେ କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟଯୋଗାଣ, ପଞ୍ଚାୟତିରାଜ, ରାଜସ୍ୱ ଆଦି ବିଭାଗର ଅଧିକାରୀମାନେ ଜିଲ୍ଲାମାନଙ୍କୁ ଯାଇ କ୍ଷେତ୍ର ସ୍ତରରେ ପ୍ରତ୍ୟକ୍ଷ ଯାଞ୍ଚ କରିବେ ଏବଂ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ  । ପିପିପି ମୋଡ୍ରେ ଗୋଦାମ ଗୃହ ନିର୍ମାଣ କରାଯିବା ନେଇ ବୈଠକରେ ଆଲୋଚନା ହୋଇଥିଲା  । ଏହି ସମୀକ୍ଷା ବୈଠକରେ ଉପମୁଖ୍ୟମନ୍ତ୍ରୀ  କନକ ବର୍ଦ୍ଧନ ସିଂହଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା,  ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଦେଓ ରଞ୍ଜନ କୁମାର ସିଂହଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ସଚିବ ଏବଂ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ  ।