ଆନ୍ଦୋଳନ କରିବ କଂଗ୍ରେସ

 କଂଗ୍ରେସର ଆନ୍ଦୋଳନ ପାଇଁ ପୋଲିସ ପକ୍ଷରୁ ପ୍ରସ୍ତୁତି ହୋଇଛି। ଆନ୍ଦୋଳନକାରୀଙ୍କୁ ରୋକିବାକୁ ୮୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବିଧାନସଭାକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାରେ ପୋଲିସ ମୁତୟନ ହେବା ସହ ରାସ୍ତାକୁ ସିଲ୍‌ କରାଯାଇଛି। ଯେଭଳି କୌଣସି ଅପ୍ରୀତିକର ପରିସ୍ଥିତ ନ ଉପୁଜେ ସେନେଇ ଏବେଠୁ ସଜାଗ ହୋଇଛି ପୋଲିସ। ପୂର୍ବଠାରୁ ଅଧିକ ସିସି କ୍ୟାମେରା ଲଗାଯାଇଛି। କିଛି ଗଳି ରାସ୍ତାକୁ ମଧ୍ୟ ବନ୍ଦ କରାଯାଇଛି। ସେହିପରି ଆନ୍ଦୋଳନକୁ ଦୃଷ୍ଟିରେ ରଖି ଟ୍ରାଫିକ୍ କଟକଣା ମଧ୍ୟ ଜାରି କରିଛି ପୋଲିସ।