ବିଜେପି କୋର କମିଟି ବୈଠକରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ବିଜେପି କାର୍ୟ୍ୟାଳୟରେ ଶୁକ୍ରବାର କୋର୍ କମିଟି ବୈଠକ ଆରମ୍ଭ ହୋଇଯାଇଛି। ପ୍ରଥମ ପର୍ୟ୍ୟାୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିଛନ୍ତି।ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟପାଲ ସିଂ ତୋମାର ଯୋଗଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପ୍ରଭାତୀ ପରିଡ଼ା, ଜୁଏଲ ଓରାମ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଏମ୍ପି ବୈଜୟନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ରହିଛନ୍ତି। ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବାର କାର୍ୟ୍ୟକ୍ରମ ରହିଛି। ଏପରିକି ଆଗକୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ରହିଥିବା ବେଳେ ଦଳର ରଣନୀତି ଏବଂ ସଂଗଠନକୁ କିପରି ମଜଭୁତ କରାଯିବ ସେନେଇ ମଧ୍ୟ ଆଲୋଚନା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷେ ସଭାପତି ଚୟନକୁ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇପାରି ବୋଲି ଜଣାପଡିଛି।