କାଲି ବସିବ କୋଭିଡ ବୈଠକ

ଦେଶରେ କୋଭିଡ ସ୍ଥିତିକୁ ନେଇ ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଭିଡିଓ କନ୍ଫରରେନ୍ସିଂରେ ସବୁ ରାଜ୍ୟର ଅଧିକାରୀମାନେ ସାମିଲ ହେବେ । ଦେଶରେ ବ୍ୟାପୁଥିବା ଦୁଇଟି ଭ୍ୟାରିଏଣ୍ଟରେ କେବଳ ଥଣ୍ଡା କାଶ ଲକ୍ଷଣ ଦେଖାଯାଉଛି । ରାଜ୍ୟରେ ଚିହ୍ନଟ ହୋଇଥିବା ଜଣେ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ରହିଛି । ଦେଶର ସ୍ଥିତିକୁ ଦେଖି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି । ରାଜ୍ୟବାସୀଙ୍କୁ ଭୟଭୀତ ନହେବାକୁ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି ।