କାର୍ତିକ ପ୍ରଥମ ସୋମବାରରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ ଭକ୍ତ 

cuttack news

କାର୍ତିକ ପ୍ରଥମ ସୋମବାରରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ ଭକ୍ତ 

କଟକ - ପବିତ୍ର କାର୍ତିକ ମାସର ଆଜି ପ୍ରଥମ ସୋମବାରରେ ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ୱରଙ୍କ ପୀଠରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି  । ଶ୍ରଦ୍ଧାଳୁ ମାନେ ବାବାଙ୍କୁ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି  । ପୀଠରେ କାର୍ତିକ ବ୍ରତ ପାଳନ କରୁଛନ୍ତି ବ୍ରତଧାରି ଓ ଶ୍ରଦ୍ଧାଳୁ  । ଏହି ଦିନରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ ବୋଲି ଧାର୍ମିକ ବିଶ୍ୱାସ ରହିଛି  । ପୂଜକ ସମିତି ପକ୍ଷରୁ ଭୋର୍‌ ୪ଟାରୁ ମନ୍ଦିରର ପହଡ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କୁ ସ୍ନାନ ପରେ ମଙ୍ଗଳଆଳତୀ, ମଇଲମ, ବାଳଭୋଗ ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଛି  । କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳମାନେ ପୀଠକୁ ଯାଉଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି ।