ଦୁର୍ଘଟଣାରେ ପ୍ରିଜାଇଡିଂ ଅଫିସର ମୃତ
ମାଲକାନଗିରି: ମାଲକାନଗିରି ନିର୍ବାଚନ କାର୍ଯ୍ୟ ସାରି ଫେରୁଥିବା ବେଳେ ଦୁର୍ଘଟଣାରେ ପ୍ରିଜାଇଡିଂ ଅଫିସରଙ୍କ ମୃତୁ୍ୟ ଘଟିଛି । ମୃତ ଶିକ୍ଷକ ଖଇରପୁଟ ମୁଦୁଲିପଡାର ପଂ·ୟତ ବନ୍ଧଗୁଡାର ଇନ୍ଦ୍ରଜିତ ର୍କିସାନୀ । ସେ ନିର୍ବାଚନ କାମସାରି ଫେରୁଥିବା ବେଳେ ଇନ୍ଦ୍ରଜୀତଙ୍କ ବାଇକକୁ ଧକ୍କା ଦେଇଥିଲା ଏକ ଘରୋଇ ବସ । ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ଓ ସାଥି ଶିକ୍ଷକମାନେ ଇନ୍ଦ୍ରଜୀତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ମାଥିଲି ଉପଖଣ୍ଡ ଚିକିତ୍ସାଳୟକୁ ଆଣିବା ପରେ ମାଥିଲି ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ମୃତ୍ୟୁ ଖବର ପାଇବା ପରେ ଖଇରପୁଟ ବ୍ଲକର ସମସ୍ତ ଶିକ୍ଷକ ଓ ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥô ଡମ୍ବରୁ ସୀସା ଓ ଖଇରପୁଟ ବ୍ଲକ ଅଧ୍ୟକ୍ଷ ବିଘ୍ନ ର୍କିଶନୀ ମାଥିଲି ମେଡ଼ିକାଲରେ ପହଞ୍ଚô ପରିବାର ଲୋକଙ୍କୁ ବୁଝା ବୁଝି କରିଥିଲେ । ସୂଚନା ନେବାରୁ ଇନ୍ଦ୍ରଜିତ ମାଲକାନଗିରି ନିର୍ବାଚନ ମଣ୍ଡଳୀ ୧୨୨ ନମ୍ବର ବୁଥରେ ପ୍ରିଜାଇଡିଂ ଅଫିର ଭାବେ ନିୟୋଜିତ ରହି ଗତକାଲି ମତଦାନ କାର୍ଯ୍ୟ ଶେଷ କରି ବିଳମ୍ବିତ ରାତିରେ ହେବାରୁ ମଙ୍ଗଳବାର ସକାଳୁ ନିଜ ଘର ଖଇରପୁଟ ବ୍ଲକ କଦମଗୁଡା ପଞ୍ଚାୟତ ଖୁରିଗୁଡା ଗ୍ରାମକୁ ଫେରୁଥିବା ସମୟରେ ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣା ଘଟାଇ ଥିବା ଘରୋଇ ବସକୁ ମାଲକାନଗିରି ପୁଲିସ ଅଟକ ରଖି ପଚରା କରୁଛି ।