ଧର୍ମେନ୍ଦ୍ର ପ୍ରଧାନଙ୍କ ପିତାଙ୍କର ପରଲୋକ

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତାଙ୍କର ପରଲୋକ ଘଟିଛି। ଦେବେନ୍ଦ୍ର ପ୍ରଧାନ ବାଜପେୟୀଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିଲେ। ସେ ୧୯୮୮ରୁ ୧୯୯୩ ରାଜ୍ୟ ଭାଜପା ସଭାପତି ଥିଲେ। ୧୯୯୩ରୁ ୧୯୯୫ ରାଜ୍ୟ ଭାଜପାର ସାଧାରଣ ସମ୍ପାଦକ ଥିଲେ। ପୁନର୍ବାର ୧୯୯୫ରୁ ୧୯୯୭ ଯାଏ ସେ ଭାଜପା ସଭାପତି ରହିଥିଲେ। ୧୯୯୮ରେ ଦେବଗଡ଼ରୁ ଦେବେନ୍ଦ୍ର ଲୋକ ସଭାକୁ ନିର୍ବାଚିତ ହୋଇଥିଲେ।