ଫାର୍ମା କମ୍ପାନୀ ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତୁ୍ୟ : ୫ ନିଖୋଜ ମୃତାହତଙ୍କୁ ଆଣିବାକୁ ପଦକ୍ଷେପ ନିଆଯାଉଛି

 ଭୁବନେଶ୍ୱର : ତେଲେଙ୍ଗାନା ସଙ୍ଗାରେଡ୍ଡୀ ଜିଲ୍ଲା ସ୍ଥିତ ସିଗାଚୀ ଫାର୍ମା କମ୍ପାନୀରେ ଘଟିଥିବା ଦୁର୍ଘଟଣାରେ ଏଯାବତ୍ ଓଡ଼ିଶାର ୪ଜଣ ବ୍ୟକ୍ତି ମୃତୁ୍ୟବରଣ କରିଥିବାବେଳେ ୫ଜଣ ନିଖୋଜ ଅଛନ୍ତି । ଏଥିସହ ୪ଜଣ ଓଡ଼ିଆ ବ୍ୟକ୍ତି ଆହତ ହୋଇ ନିକଟତମ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ଏହି ସମସ୍ତ ଓଡ଼ିଆ ବ୍ୟକ୍ତି ସିଗାଚୀ ଫାର୍ମା କମ୍ପାନୀର କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ । ଉକ୍ତ ଓଡ଼ିଆ ବ୍ୟକ୍ତିମାନଙ୍କର ଉଦ୍ଧାର କାର୍ଯ୍ୟ ସମେତ ପରିବାରବର୍ଗଙ୍କୁ ସାହାଯ୍ୟ ଓ ସହଯୋଗ ପ୍ରଦାନ ନିମନ୍ତେ ଓଡ଼ିଶା ପରିବାର ନିଦେ୍ର୍ଦଶାଳୟ ପକ୍ଷରୁ ୨ଜଣ ଅଧିକାରୀଙ୍କୁ ଘଟଣାସ୍ଥଳକୁ ପଠାଯାଇଛି । ଡ଼. ଚନ୍ଦ୍ର ଶେଖର ହୋତା ଏବଂ ପ୍ରୀତିଶ ପଣ୍ଡା ଘଟଣାସ୍ଥଳରେ ପହଞ୍ଚି ନିଖୋଜ ଓଡ଼ିଆ ବ୍ୟକ୍ତିମାନଙ୍କର ସନ୍ଧାନ ନିମନ୍ତେ ସଙ୍ଗାରେଡ୍ଡୀ ଜିଲ୍ଲା ପ୍ରଶାସନକୁ ସହଯୋଗ କରୁଛନ୍ତି । ଏଥିସହିତ ଅଧିକାରୀମାନେ ଆହତ ହୋଇଥିବା ଓଡ଼ିଆ ବ୍ୟକ୍ତିମାନଙ୍କୁ ଚିକତ୍ସାଳୟରେ ଭେଟିଛନ୍ତି । ଆହତ ହୋଇଥିବା ବ୍ୟକ୍ତିମାନଙ୍କର ଚିକିତ୍ସା ନିମନ୍ତେ ସମସ୍ତ ପ୍ରକାର ସାହାଯ୍ୟ ଓ ସହଯୋଗ ପ୍ରଦାନ କରାଯାଇଛି ।