ବିଦ୍ୟୁତ ଆଘାତରେ ମା’-ପୁଅ ମୃତ

କୋରାପୁଟ: କୋରାପୁଟ ଜିଲା ଜୟପୁର ବ୍ଲକ ଅନ୍ତର୍ଗତ ଜୟନ୍ତଗିରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ ଆଘାତରେ ଏକ ପରିବାରର ମା’ ଏବଂ ପୁଅଙ୍କର ମୃତ୍ୟୁ ଘଟିଛି। ମହିଳା ଜଣକ ତାରରେ ଲୁଗା ଶୁଖାଉଥିବା ସମୟରେ ବିଦ୍ୟୁତ ଆଘାତର ଶିକାର ହୋଇଥିଲେ। ତାଙ୍କ ନିକଟରେ ଥିବା ପୁଅକୁ ମଧ୍ୟ ବିଦ୍ୟୁତ ଆଘାତ ଲାଗିଥିଲା। ଉଭୟଙ୍କୁ ପରିବାର ଲୋକେ ଡାକ୍ତରଖାନାକୁ ନେଇଥିଲେ। ମାତ୍ର ଡାକ୍ତର ସେଠାରେ ମା’ ପୁଅଙ୍କୁ ମୃତ ଘୋଷଣା କରିଛନ୍ତି। ଘଟଣା ପରେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।