ପରଲୋକରେ ପୂର୍ବତନ ମନ୍ତ୍ରୀ କମଳା ଦାସ
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ ପରଲୋକ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୭୯ ବର୍ଷ ହୋଇଥିଲା। ଗତକାଲି ରାତି ୧୨ଟା ୧୫ ମିନିଟରେ ଚିକିତ୍ସାଧୀନ ଅବସ୍ଥାରେ କମଳା ଦାସଙ୍କର ପରଲୋକ ହୋଇଛି।
କମଳା ଦାସଙ୍କ ଫୁସଫୁସରେ ସଂକ୍ରମଣ ହୋଇଥିଲା। ସେ ପ୍ରଥମେ ରାଜଧାନୀର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଥିଲେ। ପରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ରେଗତକାଲି ରାତି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକ ସୂଚନା ଦେଇଛନ୍ତି।
କମଳା ଦାସ ଜଣେ ରାଜନୀତିଜ୍ଞ ଥିଲେ। ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ। ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ। ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ। ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ। କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ୟ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ୟ୍ୟ କରିଥିଲେ। ।