ପ୍ରବାସୀ ଭାରତୀୟ ଦିବସ : ସୁରକ୍ଷା ବ୍ୟବସ୍ଥା ନେଇ ଡିଜିପିଙ୍କ ସମୀକ୍ଷା

 ଭୁବନେଶ୍ୱର: ଆଉ  ଦୁଇ ଦିନ ପରେ ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତିକ୍ଷିତ ଅଷ୍ଟାଦଶ  ପ୍ରବାସୀ ଭାରତୀୟ ଦିବସ ୨୦୨୫ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ଆରକ୍ଷୀ ମହାନିଦେ୍ର୍ଦଶକ ଯୋଗେଶ ବାହାଦୁର ଖୁରାନିଆ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ବିଭିନ୍ନ ପ୍ରସଙ୍ଗରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏହା ସହ ସୁରକ୍ଷା ବ୍ୟବସ୍ଥାରେ କୌଣସି ପରିସ୍ଥିତିରେ ମଧ୍ୟ ତ୍ରୁଟି ବିଚୁ୍ୟତି ନ ହେବ ସେଥିପ୍ରତି ସ୍ୱତନ୍ତ୍ର ନଜର ରଖିବାକୁ ଡିଜିପି ର୍ନିେଶ ଦେଇଛନ୍ତି । ଆସନ୍ତା ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ । ଏହାକୁ ଶୃଙ୍ଖଳିତ ତଥା ସୁଚାରୁରୂପେ ଆୟୋଜନ ଏବଂ ପରିଚାଳନା ନିମନ୍ତେ ଆଜି ଡିଜିପି ନିଜେ ବିଭିନ୍ନ ସ୍ଥାନକୁ ଯାଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ଜନତା ମଇଦାନର ଉସôବ ସ୍ଥଳରେ ସୁରକ୍ଷା ବ୍ୟବସ୍ଥା, ପ୍ରବାସୀ ଭାରତୀୟଙ୍କ ରହଣି ସ୍ଥାନ, ଟ୍ରାଫିକ ପରିଚାଳନା, ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ଉପଯୁକ୍ତ ଯୋଜନା ଓ କୌଶଳ ଆଦି ସଂକ୍ରାନ୍ତରେ ତନ୍ନ ତନ୍ନ କରି ସମୀକ୍ଷା କରିଛନ୍ତି । ଅତି ବିଶିଷ୍ଟ ନାଗରିକଙ୍କ ସୁରକ୍ଷା ବ୍ୟବସ୍ଥା, ପୋଲିସ ବିଭାଗର ପ୍ରସ୍ତୁତି, ପରିଚାଳନା, ପୋଲିସ ଫୋର୍ସ ମୁତୟନ, ଟ୍ରାଫିକ ସୁପରିଚାଳନା, ଯାନ ବାହନ ପାର୍କିଂ ସ୍ଥଳ  ସମ୍ପର୍କରେ ବିସ୍ତୃତ ଭାବେ ଡିଜିପି ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିଶଦ ଭାବେ ଆଲୋଚନା କରିଥିଲେ । ପୋଲିସ କମିଶନର ଦେବଦତ୍ତ ସିଂ, ଆଇଜି ଅନୁପ ସାହୁ, ଅତିରିକ୍ତ ପୋଲିସ କମିଶନର ଉମାଶଙ୍କର ଦାଶ, ଡିସିପି ପିନାକ ମିଶ୍ରଙ୍କ ସମେତ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ ।