ସମୀରଙ୍କ ବିୟୋଗରେ ଧର୍ମେନ୍ଦ୍ରଙ୍କ ଶୋକ

ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଓଡିଶାର ପୂର୍ବତନ ମନ୍ତ୍ରୀ ତଥା ଆମ ଦଳର ବରିଷ୍ଠ ନେତା ସମୀର ଦେ’ଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦାଦା ଜଣେ ମିଷ୍ଠଭାଷୀ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ । ତାଙ୍କୁ ସବୁବେଳେ ଭେଟିବା ସମୟରେ ତାଙ୍କର ପରିବାର ସଦସ୍ୟଙ୍କଠାରୁ ମିଳିଥିବା ସ୍ନେହ ଆଦର ଅଭୁଲା ରହିବ ।
ବିଜେପିର ପ୍ରାରମ୍ଭିକ ପ୍ରଗତି ସମୟରେ ଉପକୂଳ ଓଡିଶାରେ ଅଭୁ୍ୟଦୟର କେନ୍ଦ୍ରବିନ୍ଦୁ ଭାବେ କଟକ ସହରରୁ ଆମ ଦଳର ରାଷ୍ଟ୍ରବାଦୀ ବିଚାରକୁ ଜନପ୍ରିୟ କରାଇବାରେ ସେ ପ୍ରମୁଖ ଭୂମିକା ନେଇଥିଲେ । ଦାଦାଙ୍କ ବିୟୋଗରେ ଓଡିଶା ଜଣେ ସ୍ନେହୀ ଓ ଦକ୍ଷ ନେତାଙ୍କୁ ହରାଇଲା । ଜନପ୍ରତିନିଧି ଭାବେ ସେ ଯେଉଁ ଉନ୍ନତିମୂଳକ କାର୍ଯ୍ୟ କରିଯାଇଛନ୍ତି ,ତାହା ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି