ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର
ଭୁବନେଶ୍ୱର : ପୁଣ୍ୟାତ୍ମା ପଞ୍ଚସଖାଙ୍କ ଦ୍ୱାରା ପ୍ରତିଷ୍ଠା ହୋଇଥିବା ସତ୍ୟବାଦୀ ବକୁଳବନ ବିଦ୍ୟାଳୟର ଐତିହ୍ୟକୁ ସୁରକ୍ଷିତ ରଖାଯାଇ ଏହାର ପୁନରୁଦ୍ଧାର ଓ ବିକାଶ କରିବା ଦିଗରେ ରାଜ୍ୟ ସରକାରଙ୍କ ଯୋଜନାକୁ ପ୍ରଶଂସା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଐତିହ୍ୟସମ୍ପନ୍ନ ଦୃଷ୍ଟିରୁ ଗୁରୁତ୍ୱ ବହନ ରଖୁଥିବା ଏହି ପବିତ୍ର ସ୍ଥାନର ପୁନରୁଦ୍ଧାର ହୋଇପାରିଲେ ଉକôଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଓଡ଼ିଆ ଜାତି ପାଇଁ ଦେଖିଥିବା ସ୍ୱପ୍ନ ସାର୍ଥକ ହେବ ବୋଲି ସେ କହିଛନ୍ତି । ସତ୍ୟବାଦୀର ବକୁଳବନର ଉନ୍ନତିକରଣ ନେଇ ନିଦେ୍ର୍ଦଶ ଦେଇଥିବାରୁ ଶ୍ରୀ ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେ କହିଛନ୍ତି ଯେ, ଉକôଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଓଡ଼ିଶାରେ ସ୍ୱତନ୍ତ୍ରତା ସଂଗ୍ରାମର ନେତୃତ୍ୱ ନେବା ସହ ଦେଶ ସ୍ୱାଧୀନତା ପାଇଁ ଯେଉଁ ଯୋଜନା ଓ ପରିକଳ୍ପନା କରିଥିଲେ, ତା’ର ପ୍ରୟୋଗଶାଳା ଥିଲା ସତ୍ୟବାଦୀ ବକୁଳବନ ବିଦ୍ୟାଳୟ । ଏହି ପବିତ୍ର ସ୍ଥାନରୁ ହିଁ ପଣ୍ଡିତ ଗୋପବନ୍ଧୁଙ୍କ କଳ୍ପନାରେ ହିଁ ନୂଆ ଜାତୀୟ ଶିକ୍ଷା ନୀତିର ଅଭୁ୍ୟଦୋୟ ହୋଇଥିଲା । ତାଙ୍କ ତ୍ୟାଗପୂତ ଜୀବନାଦର୍ଶରେ ଅନୁପ୍ରାଣିତ ହୋଇ ପଣ୍ଡିତ ନୀଳକଣ୍ଠ ଦାସ, ଆଚାର୍ଯ୍ୟ ହରିହର, ପଣ୍ଡିତ ଗୋଦାବରୀଶ ମିଶ୍ର ଓ ପଣ୍ଡିତ କୃପାସିନ୍ଧୁ ମିଶ୍ର ଆଦି ମହାପୁରୁଷମାନେ ବକୁଳବନରେ ଛାତ୍ରଛାତ୍ରୀଙ୍କୁ ମୌଳିକ ଶିକ୍ଷା ସହ ରୋଜଗାର ଦେବା ଭଳି ଶିକ୍ଷା ପ୍ରଦାନ କରୁଥିଲେ ।