ଦୀପାବଳିକୁ ନେଇ ଧାର୍ମିକ ବିଶ୍ୱାସ :
ଜୈନଧର୍ମରେ ଦୀପାବଳି : ଜୈନ ଅନୁଗାମୀମାନଙ୍କ ପାଇଁ ଏହା ୫୨୭ରେ ମହାବୀରଙ୍କର ମୋକ୍ଷ ବା ନିର୍ବାଣ ପ୍ରାପ୍ତିର ଦିନ ଭାବରେ ପାଳନ କରାଯାଇଥାଏ ।
ଜୈନଧର୍ମରେ ଦୀକ୍ଷିତ ବ୍ୟକ୍ତିମାନେ ୨୪ତୀର୍ଥଙ୍କର ମହାବୀରଙ୍କର ନିର୍ବାଣ ଦିବସ ରୂପେ ଏହିଦିବସକୁ ପାଳନ କରିଥା'ନ୍ତି । ଏ ସମ୍ପର୍କରେ ଗୋଟିଏ କାହାଣୀ ରହିଛି । ମହାବୀରଙ୍କର ଯେତେବେଳେ ମହାପ୍ରୟାଣ ଘଟିଲା, ସେତେବେଳେ ତାଙ୍କପାଖରେ ବହୁ ଜୈନ ଧର୍ମାବଲମ୍ବୀ ସନ୍ନ୍ୟାସୀ ଭକ୍ତ ଉପସ୍ଥିତ ହୋଇଥିଲେ । ମହାପ୍ରୟାଣ ପରେ ଏ ପୃଥିବୀ ପାଇଁ କିଏ ଆଉ ଜ୍ଞାନାଲୋକ ଦେବ, ଏହା ହିଁ ସେମାନେ ଚିନ୍ତାକଲେ । ସେମାନେ ସମସ୍ତେ ଏକତ୍ରିତ ହୋଇ ଦୀପାବଳି ଦିନ ମଶାଲ ଜଳାଇ ଦିବ୍ୟଜ୍ଞାନ ସନ୍ଧାନରେ ଯାଇଥିଲେ । ସେହିଦିନରୁ ଦୀପାବଳି ଦିନ ଆଲୋକ ଜଳେବାର ଚାଳିଆସୁଛି । ଖ୍ରୀଷ୍ଟପୂର୍ବ ୫୨୭ରେ ମହାବୀରଙ୍କୁ ଏହିଦିନରେ ନିର୍ବାଣ ପ୍ରାପ୍ତି ହୋଇଥିଲା । ସେହିଦିନକୁ ସ୍ମରଣକରିବା ପାଇଁ ଜୈନମାନେ ଦୀପାବଳି ପାଳନ କରନ୍ତି । ଏହି ଅବସରରେ ଦୀପ ଜଳାଯାଏ ଏବଂ ମିଷ୍ଟାନ୍ନ ବଣ୍ଟାଯାଏ । ଜୈନ ବ୍ୟବସାୟୀମାନେ ହିସାବଖାତା ଏବଂ ମୁଦ୍ରା ପୂଜାକରନ୍ତି । ସେହିବର୍ଷ ପାଇଁ ହିସାବଖାତା ବନ୍ଦ କରାଯାଏ । ପରବର୍ତ୍ତୀ ଆଠଦିନ କୌଣସି ବ୍ୟବସାୟ କରନ୍ତି ନାହିଁ । ସେମାନେ ଉପବାସ କରନ୍ତି; ଜପତପ କରନ୍ତି । ନବମଦିନରେ ଜୈନ ନବବର୍ଷ ପାଳିତ ହୁଏ । ଜୈନ ଧର୍ମାବଲମ୍ବୀଙ୍କ ଭଗବାନ ମହାବୀରଙ୍କ ନିର୍ବାଣପ୍ରାପ୍ତି ଦିବସ ଓ ଭଗବାନ ମହାବୀରଙ୍କ ଉତ୍ତରାଧ୍ୟାୟନ ସୂତ୍ର- ଶେଷପ୍ରବଚନ ପାଠର ମହାର୍ଘ୍ୟତିଥି ଭାବେ ଉତ୍ସାହର ସହିତ ଦୀପାବଳି ଉତ୍ସବ ପାଳନ କରାଯାଏ ।
ଶିଖଧର୍ମରେ ଦୀପାବଳି: -
ଏକଦଶଦର୍ଶି ମୋଗଲ ସମ୍ରାଟ ଔରଙ୍ଗଦେବଙ୍କଦ୍ୱାରା ଶିଖଧର୍ମର ଷଷ୍ଠଗୁରୁ ହରଗୋବିନ୍ଦ ସିଂହ ବନ୍ଦୀହୋଇ କାରାକୋଠରୀରେ ଆବଦ୍ଧ ହୋଇଥିଲେ । ଅଗଣିତ ଶିଖ ଧର୍ମାବଲମ୍ବୀଙ୍କ ଦୃଢବିରୋଧ ଯୋଗୁଁ ପରିଶେଷରେ ତାଙ୍କୁ କାରାମୁକ୍ତ କରାଗଲା । ତାଙ୍କୁ ସ୍ୱାଗତକରିବା ପାଇଁ ସେତେବେଳେ ସ୍ୱର୍ଣ୍ଣମନ୍ଦିରକୁ ଦୀପରେ ସଜାଯାଇଥିଲା । ସେ ଏହି ଦୀପାବଳିଦିନ କାରାମୁକ୍ତ ହୋଇଥିବାରୁ, ଏହିଦିନଟିକୁ ଅନ୍ଧାରରୁ ଆଲୋକସନ୍ଧାନ ପ୍ରାପ୍ତିର ଦିବସ ରୂପେ ଶିଖ ସମ୍ପ୍ରଦାୟ ପାଳିଆସୁଛନ୍ତି । ପାରମ୍ପରିକ ଭାବେ ଏହିଦିନରେ ଶିଖ୍ମାନେ ଗୋଇନ୍ଦୱ ।ଲ୍ ସାହିବ ଗୁରୁଦ୍ୱାରକୁ ତୀର୍ଥକରି ଯାଆନ୍ତି । ଏହିଦିନଟିକୁ ଶିଖମାନଙ୍କ ପାଇଁ ଷଷ୍ଠଧର୍ମଗୁରୁଙ୍କ ସଂସ୍କରଣ ବନ୍ଦୀଛୋଡ୍ ଦିବସ ରୂପେ ପାଳନ କରାଯାଏ ।