ମନ ଦେଇ ପାଠ ପଢ଼ିବାକୁ ପିଲାଙ୍କୁ ପରାମର୍ଶ ଦେଲେ ରାଷ୍ଟ୍ରପତି

ମନ ଦେଇ ପାଠ ପଢ଼ିବାକୁ ପିଲାଙ୍କୁ ପରାମର୍ଶ ଦେଲେ ରାଷ୍ଟ୍ରପତି

ମୟୂରଭଞ୍ଜ :  ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ନିଜ ଜନ୍ମମାଟିର ଲୋକଙ୍କ ମଧ୍ୟରେ ଅନେକ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି ସେମାନେ ନିଜ ଗାଁର ଝିଅ ତଥା ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ଘର ଆଗରେ ଝୋଟି ଚିତା ପକାଇଛନ୍ତି। ରାଷ୍ଟ୍ରପତି ରାଇରଙ୍ଗପୁର ଉପରବେଡ଼ା ଉପ୍ରା ବିଦ୍ୟାଳୟରେ ପହଞ୍ଚି ତାଙ୍କ ଅଭିଭାଷଣରେ ପିଲାଙ୍କୁ ମନ ଦେଇ ପାଠ ପଢ଼ିବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ପାଠ କେବଳ ଚାକିରି ପାଇଁ ନୁହେଁ, ଶିକ୍ଷିତ ହେବା ପାଇଁ ପଢ଼ାର ଆବଶ୍ୟକ। ସମାଜରେ ବଡ଼ ହେବାକୁ ହେଲେ, ନିଜ ନାଁକୁ ବଢ଼ାଇବାକୁ ପଡ଼େ। ଏବେ ପାଠପଢ଼ା ପାଇଁ ବହୁତ ସୁବିଧା ହେଲାଣି, ସହଯୋଗ ମିଳୁଛି। ଏକତ୍ରିତ ହୋଇ ରହିଲେ ସବୁ ସମସ୍ୟାର ସମାଧାନ ମିଳେ। ପିଲା ନ ଆସିଲେ କାରଣ କ’ଣ ବୁଝିବାକୁ ଶିକ୍ଷକ ଯାଆନ୍ତୁ ବୋଲି ଆଜି ରାଷ୍ଟ୍ରପତି ସୁପରାମର୍ଶ ଦେଇଛନ୍ତି।ଏହା ପରେ ରାଷ୍ଟ୍ରପତି ଉପରବେଡ଼ାସ୍ଥିତ ନିଜ ବାସଭବନକୁ ଯିବେ। ପରେ  ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ।