୧୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

୧୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୂଚନା ଅନୁସାରେ, ୧୪ରେ ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହାସହ ୧୫ ତାରିଖରେ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗ ଦେବେ । କଟକ ଗସ୍ତ ସମୟରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସେ ଯୋଗ ଦେବେ । ଖାଲି ଏତିକି ନୁହେଁ ବରଂ ରେଭେନ୍ସା ବାଳିକା ବିଦ୍ୟାଳୟର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ସେପଟେ, ଆଦିକବି ସାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ କଟକରେ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ଉତ୍ସବରେ ଅତିଥି ଭାବେ ଯୋଗ ଦେବେ ।