ପ୍ରକୃତିକୁ ନେଇ ଚିନ୍ତା ପ୍ରକଟ କଲେ ରାଷ୍ଟ୍ରପତି

ଭୁବନେଶ୍ୱର:ଆଜି ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ତୃତୀୟ ଦିନ । ରବିବାର ମହାପ୍ରଭୁଙ୍କ ରଥଟାଣିବା ପରେ ଆଜି ସକାଳୁ ପୁରୀ ସମୁଦ୍ରକୂଳରେ ମର୍ଣ୍ଣି ଓ୍ବାକ୍‌ କରିଛନ୍ତି ମହାମହିମ । ପ୍ରାତଃ ଭ୍ରମଣ କରିବା ସହ ସମୁଦ୍ରର ସୌନ୍ଦର୍ୟ୍ୟକୁ ବଖାଣିଛନ୍ତି ରାଷ୍ଟ୍ରପତି । ଏଥି ସହ ପରିବେଶ ସୁରକ୍ଷାକୁ ନେଇ ଚିନ୍ତା ପ୍ରକଟ କରିବା ସହ ସୁରକ୍ଷା ପାଇଁ ଆହ୍ବାନ ଦେଇଛନ୍ତି ।
ଦୈନନ୍ଦିନ ଜୀବନର ଧାଁ ଦଉଡ଼ ଭିତରେ ମଣିଷ, ପ୍ରକୃତି ମାଆ ଠାରୁ ଦୂରେଇ ଯାଉଛି ଏବଂ ପ୍ରକୃତିକୁ ନିୟନ୍ତ୍ରଣ କରିପାରିଛି ବୋଲି ବାହାସ୍ଫୋଟ ମାରୁଛି ତଥା ନିଜର ସାମୟିକ ସୁଖ ପାଇଁ ପ୍ରକୃତିକୁ ଶୋଷଣ କରିଚାଲିଛି । ଏହାର କୁପରିଣତି ଆମେ ସମସ୍ତେ ଭୋଗୁଛନ୍ତି । ଚଳିତ ଗ୍ରୀଷ୍ମ ଋତୁରେ ଭାରତର ଅନେକ ସ୍ଥାନରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଥିଲା । ବିଗତ କିଛି ବର୍ଷ ହେଲା, ସମଗ୍ର ପୃଥିବୀରେ ପାଣିପାଗ ଜନିତ ଘଟଣାସବୁ ଚରମ ସ୍ତରରେ ପହଞ୍ଚିଛି ଏବଂ ଏସବୁ ଘଟଣା ଏବେ ଅଧିକରୁ ଅଧିକ ଘଟିବାରେ ଲାଗିଛି । ଏପରିକି, ଆଗାମୀ ଦଶନ୍ଧିଗୁଡ଼ିକରେ ଏହି ସ୍ଥିତି ଆହୁରି ଭୟଙ୍କର ହେବ ବୋଲି ଏବେଠୁ ଅନୁମାନ କରାଗଲାଣି । ଭୂପୃଷ୍ଠର ୭୦ ପ୍ରତିଶତରୁ ଅଧିକ ହେଉଛି ମହାସମୁଦ୍ର ଏବଂ ପୃଥିବୀବ୍ୟାପୀ ତାପମାତ୍ରା ବୃଦ୍ଧି ଯୋଗୁଁ ସମୁଦ୍ର ପତ୍ତନ କ୍ରମାଗତ ବୃଦ୍ଧି ପାଉଛି । ଏହା ଉପକୂଳବର୍ତ୍ତୀ ଅଞ୍ଚଳଗୁଡ଼ିକୁ ଜଳମଗ୍ନ କରିବାର ଆଶଙ୍କା ସୃଷ୍ଟି କରିଛି । ''