ସକାଳ ୯ଟା ସୁଦ୍ଧା କୋରାପୁଟରେ ସର୍ବାଧିକ ମତଦାନ

ସକାଳ ୯ଟା ସୁଦ୍ଧା କୋରାପୁଟରେ ସର୍ବାଧିକ ମତଦାନ

ଭୁବନେଶ୍ୱର: ସୋମବାର ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ୟ୍ୟାୟ ନିର୍ବାଚନ। ତେବେ ସକାଳ ୯ଟା ସୁଦ୍ଧା ମୋଟ୍‌ ୯.୨୫ ପ୍ରତିଶତ ମତଦାନ ନେଇ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି।

ଗଜପତିରେ ୧୦.୨୦ ପ୍ରତିଶତ ମତଦାନ ହୋଇଥିବା ବେଳେ ନୂଆପଡ଼ାରେ ୯.୯୮%, ମୋହନା ୯.୫୦%, ପାରଳାଖେମୁଣ୍ଡି ୧୧%, ଦିଗପହଣ୍ଡି ୮%, ଗୋପାଳପୁର ୮%, କୋରାପୁଟ ୧୩.୧୪%, ମାଲକାନଗିରି ୯.୧୫ %, ନବରଙ୍ଗପୁର ୮.୯୭%, ଭବାନୀପାଟଣା ୬.୨୬% ଏବଂ କଳାହାଣ୍ଡିରେ ୯.୦୬% ମତଦାନ ହୋଇଛି।

ଆଜି ଓଡ଼ିଶାରେ ପ୍ରଥମ ପର୍ୟ୍ୟାୟରେ ରାଜ୍ୟର ୪ଟି ଲୋକସଭା ସହ ୨୮ଟି ବିଧାନସଭା ଲାଗି  ଚାଲିଛି ମତଦାନ। ଓଡ଼ିଶାରେ ଆଜି ପ୍ରଥମ ପର୍ୟ୍ୟାୟ ଭୋଟ୍। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ହେଉଛି ଭୋଟିଂ। ଏହି ୪ଟି ଲୋକସଭା ନିର୍ବାଚନମଣ୍ଡଳୀରେ ୬୨ ଲକ୍ଷ ୮୭ ହଜାର ୨୨୨ ଭୋଟର ମତଦାନ କରିବେ । ଏମାନଙ୍କ ମଧ୍ୟରେ ୩୦ ଲକ୍ଷ ୯୭ ହଜାର ୫୨୭ ପୁରୁଷ ଏବଂ ୩୧ ଲକ୍ଷ ୮୯ ହଜାର ୬୦ ମହିଳା ଏବଂ ୬୩୫ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି । ଏହି ପର୍ୟ୍ୟାୟରେ ପୁରୁଷଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି । ସେହିପରି ୧ ଲକ୍ଷ ୭୫ ହଜାର ଯୁବ ଭୋଟର ରହିଛନ୍ତି । ଏହି ପର୍ୟ୍ୟାୟରେ ଭୋଟ ପାଇଁ ୭ ହଜାର ୩୦୩ ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି । ୭୧୫ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ୱାରା ପରିଚାଳିତ । ୧ ହଜାର ୨୬୪ଟି କ୍ରିଟିକାଲ ମତଦାନ କେନ୍ଦ୍ର ରହିଛି ।

ସେହିପରି ୪ଟି ପର୍ୟ୍ୟାୟରେ ସଂସଦୀୟ କ୍ଷେତ୍ର ଲାଗି ୩୭ ଜଣ ପ୍ରାର୍ଥୀ ଥିବା ବେଳେ ବିଧାନସଭା ଲାଗି ୨୪୩ ପ୍ରାର୍ଥୀ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି ।